ସ୍ୟାଟ୍‌କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି

କଟକ ଅଫିସ, ୬।୧୨ :ସ୍ୟାଟ୍‌(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍‌ରେ ଅଚଳାବସ୍ଥା ଯୋଗୁ ଏଠାରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ବିଚାରରେ ସମସ୍ୟା ଉପୁଜିଛି। ଏଭଳି ସ୍ଥିତିରେ ଗୁରୁବାର ସ୍ୟାଟ୍‌କୁ ନେଇ ହାଇକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସ୍ୟାଟ୍‌ରେ ବିଚାରାଧୀନ ଥିବା ମାମଲାଗୁଡିକୁ ଯଦି ଆବେଦନକାରୀମାନେ ହାଇକୋର୍ଟକୁ ଆଣନ୍ତି ତେବେ ତାହା ହାଇକୋର୍ଟରେ ପଞ୍ଜୀକୃତ ହେବ। ମାମଲାଟିର ପଞ୍ଜୀକରଣ ପରେ ତାହା ଜଣିକିଆ ଖଣ୍ଡପୀଠରେ ଶୁଣାଣି କରାଯିବ। ରାଜ୍ୟର କଟକ, ଭୁବନେଶ୍ୱର, ସମ୍ବଲପୁର ଓ ବ୍ରହ୍ମପୁର ଆଦି ଖଣ୍ଡପୀଠରୁ ହାଇକୋର୍ଟକୁ ଆସୁଥିବା ମାମଲାଗୁଡ଼ିକର ଏହିଭଳି ଭାବେ ଶୁଣାଣି କରାଯିବ। ତେବେ ହାଇକୋର୍ଟରେ ମାମଲାଗୁଡ଼ିକର ପଞ୍ଜୀକରଣ ହେବା ପରେ ତାହାର ନୂଆ ନାମକରଣ କରାଯିବ। ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ ସୁଦ୍ଧା ସ୍ୟାଟ୍‌ରେ ଅନୂ୍ୟନ ୭୦ ହଜାର ମାମଲା ବିଚାର ଅପେକ୍ଷାରେ ପଡି ରହିଛି।
ସୂଚନାଥାଉ କି, ସ୍ୟାଟ୍‌ ଉଚ୍ଛେଦ ନେଇ ପ୍ରଥମେ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲା ଏବେ ହାଇକୋର୍ଟରେ ବିଚାରାଧୀନ ଅଛି। ମାତ୍ର ସ୍ୟାଟ୍‌ ଉଚ୍ଛେଦ ପ୍ରକ୍ରିୟା ଉପରେ କେନ୍ଦ୍ର ମୋହର ମାରିବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଥିଲା। ନିଯୁକ୍ତି ଆଦି ମାମଲାକୁ ନେଇ ସ୍ୟାଟ୍‌ର ଦ୍ୱାରସ୍ଥ ହୋଇଥିବା ଆବେଦନକାରୀମାନେ ଏକପ୍ରକାର ଦୋଛକି ଭିତରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri