Posted inଜାତୀୟ

ହଂସରାଜ ଭରଦ୍ୱାଜଙ୍କ ପରଲୋକ

ନୂଆଦିଲ୍ଲୀ,୯ା୩(ପି.ଟି.): ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହଂସରାଜ ଭରଦ୍ୱାଜ(୮୩)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ରବିବାର ସନ୍ଧ୍ୟା ୬ଟା ୩୦ରେ ଦିଲ୍ଲୀର ସାକେତସ୍ଥିତ ମାକ୍ସ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିବା ହଂସରାଜଙ୍କୁ ବୁଧବାର ଉକ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ବୋଲି ତାଙ୍କ ପରିବାର ସୂତ୍ରରୁ ପ୍ରକାଶ। ନିଗମବୋଧ ଘାଟରେ ସୋମବାର ଅପରାହ୍ନ ୪ଟାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭଜପା ନେତା ତଥା ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ଏବଂ ସିପିଆଇଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି। ହରିୟାଣାର ରୋହତକ ଜିଲା ଗଢ଼ି ସାମ୍ପଲାରେ ଜନ୍ମିତ ହଂସରାଜ ୧୯୮୨ରୁ ୨୦୦୯ ମଧ୍ୟରେ ୫ ଥର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ, ନରସିଂହ ରାଓ ଏବଂ ମନମୋହନ ସିଂଙ୍କ ସରକାରରେ ଦୀର୍ଘ ୧୪ ବର୍ଷ ଧରି ସେ ଆଇନମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୦୯ରେ ସେ କର୍ନାଟକ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri