Posted inଖେଳ

ହକି ପ୍ରୋ ଲିଗ୍‌: ଭାରତ ବିପକ୍ଷ ମ୍ୟାଚ୍‌ ଅଲିମ୍ପକ୍ସ ପ୍ରସ୍ତୁତିରେ ସହାୟକ ହେବ: ଜାଲଓ୍ବେସ୍କି

ଭୁବନେଶ୍ୱର,୧୭।୨(ପି.ଟି.): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ହକି କମ୍ପେକ୍ସରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପ୍ରୋ ଲିଗ୍‌ର ଦୁଇଟି ମ୍ୟାଚ୍‌ରେ ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ। ଆସନ୍ତା ଶୁକ୍ରବାର ଓ ଶନିବାର ଦିନ ଆୟୋଜନ ହେବାକୁ ଥିବା ଏହି ଦୁଇଟି ମ୍ୟାଚ୍‌ ଖେଳିବାକୁ ଅଷ୍ଟ୍ରେଲିଆ ଦଳ ରବିବାର ରାତିରେ ଏଠାରେ ଆସି ପହଞ୍ଚିଛି। ଭାରତ ବିପକ୍ଷ ଏହି ଦୁଇଟି ମ୍ୟାଚ୍‌ ଅଲିମ୍ପିକ୍ସ ପ୍ରସ୍ତୁତିରେ ବେଶ୍‌ ସହାୟକ ହେବ ବୋଲି ଅଷ୍ଟ୍ରେଲିଆ ଅଧିନାୟକ ଆରାପ ଜାଲଓ୍ବେସ୍କି କହିଛନ୍ତି।
ବିଶ୍ୱର ୨ ନମ୍ବର ଦଳ ଅଷ୍ଟ୍ରେଲିଆ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ବେଲଜିୟମଠାରୁ ପରାସ୍ତ ହୋଇ ଅଭିଯାନ ଆରମ୍ଭ କରିଥିଲା। ତେବେ ଏହାପରେ ଅଷ୍ଟ୍ରେଲିଆ ଗ୍ରେଟ ବ୍ରିଟେନକୁ ହରାଇ ଜବଦଦସ୍ତ ପ୍ରତ୍ୟାବର୍ତ୍ତନ କରିଥିଲା। ଏବେ ଭାରତ ବିପକ୍ଷରେ ମଧ୍ୟ ବିଜୟୀ ହେବା ଲକ୍ଷ୍ୟରେ ଅଷ୍ଟ୍ରେଲିଆ ରହିଛି। ଘରୋଇ ଦର୍ଶକଙ୍କ ସାମ୍‌ନାର ବିଶ୍ୱର ୪ ନମ୍ବର ଦଳ ଭାରତକୁ ହରାଇବା ନିଶ୍ଚିତ ଭାବେ କଷ୍ଟକର ବୋଲି ଜାଲଓ୍ବେସ୍କି ସ୍ବୀକାର କରିଛନ୍ତି। ଆଗକୁ ଟୋକିଓ ଅଲିମ୍ପିକ୍ସ ଆୟୋଜନ ହେବାକୁ ଯାଉଥିବାରୁ ଏହି ଦୁଇଟି ଆଓ୍ବେ ମ୍ୟାଚ୍‌ ପ୍ରସ୍ତୁତିରେ ସହାୟକ ହେବ ବୋଲି ସେ କହିଛନ୍ତି। ଏପର୍ଯ୍ୟନ୍ତ ଭାରତ ଉଚ୍ଚକୋଟୀର ପ୍ରଦର୍ଶନ କରି ଆସିଛି। ଭାରତ ବିପକ୍ଷରେ ଆମେ ଖେଳିବାକୁ ବେଶ୍‌ ଆଗ୍ରହୀ ଓ ଉତ୍ସାହିତ ଅଛୁ ବୋଲି ସେ କହିଛନ୍ତି। ମ୍ୟାଚ୍‌ ଆୟୋଜନ ହେବାକୁ ଆଉ କିଛି ଦିନି ବାକି ରହିଛି। ତେଣୁ ଏଠାକାର ଜଳବାୟୁ ତଥା ପରିସ୍ଥିତି ସହ ଖୁବ୍‌ଶୀଘ୍ର ଖାପ୍‌ ଖୁଆଇବୁ ଓ ଭଲ ପ୍ରଦର୍ଶନ କରିବୁ ବୋଲି ଆଶା କରୁଛୁ।
୪ଟି ମ୍ୟାଚ୍‌ରୁ ୨ଟିରେ ବିଜୟୀ ହୋଇ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୬ ପଏଣ୍ଟ ହାସଲ କରି ଏବେ ପଏଣ୍ଟ ତାଲିକାର ପଞ୍ଚମ ସ୍ଥାନରେ ରହିଛି। ଅନ୍ୟପଟେ ଭାରତ ୪ଟି ମ୍ୟାଚ୍‌ ଖେଳି ୩ଟି ବିଜୟ ଓ ଗୋଟିଏ ପରାଜୟ ସହ ତୃତୀୟ ସ୍ଥାନରେ ରହିଛି। ଅଷ୍ଟ୍ରେଲିଆ କୋଚ୍‌ କଲିନ୍‌ ବ୍ୟାଚ୍‌ ମଧ୍ୟ ସମାନ ମତ ପ୍ରକାଶ କରିଛନ୍ତି। ଭାରତ ବିପକ୍ଷରେ ଖେଳିବାକୁ ପୁଣିଥରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବାରୁ ଆମେ ବହୁତ ଉତ୍ସାହିତ ବୋଲି ବ୍ୟାଚ୍‌ କହିଛନ୍ତି। ଏପର୍ଯ୍ୟନ୍ତ ପ୍ରୋ ଲିଗ୍‌ରେ ଆମେ ମିଶ୍ରିତ ପ୍ରଦର୍ଶନ କରିଛୁ। ଆୟୋଜକ ଭାରତ ବିପକ୍ଷ ମ୍ୟାଚ୍‌ରେ କଡ଼ା ସଂଘର୍ଷର ସମ୍ମୁଖୀନ ହେବୁ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଦର୍ଶକଭରା ଖଚାଖଚ୍‌ ଷ୍ଟାଡିୟମରେ ଖେଳିବାକୁ ଆମେ ବେଶ୍‌ ଆଗ୍ରହୀ ଅଛୁ ବୋଲି ବ୍ୟାଚ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri