ହକି ବିଶ୍ୱ କପ୍‌ ପାଇଁ ୬୭ କୋଟି ଖର୍ଚ୍ଚ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାରେ ପୁରୁଷ ହକି ବିଶ୍ୱ କପ୍‌ ଆୟୋଜନ କରି ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରୁ ପ୍ରଶଂସା ସାଉଁଟିଲେ। ୨୦୧୮ ନଭେମ୍ବର ୨୮ରୁ ଡିସେମ୍ବର ୧୬ ତାରିଖ ଯାଏ ଏହି ହକି ମହାକୁମ୍ଭର ଆୟୋଜନ କରାଯାଇଥିଲା। ତେବେ ଏଥିପାଇଁ ରାଜ୍ୟ ସରକାରଙ୍କୁ ରାଜକୋଷରୁ ୬୭ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିଛି। ସୂଚନା ଅଧିକାର ଆଇନ ବଳରେ ମଗାଯାଇଥିବା ତଥ୍ୟରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ବିଭାଗ କହିଛି ଯେ, ପୁରୁଷ ହକି ବିଶ୍ୱକପ ଆୟୋଜନ ପାଇଁ ୬୬.୯୮ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି। ଏହି ଖେଳ ପାଇଁ ରାଜ୍ୟ ସରକାର ୨୦୧୮-୧୯ ବଜେଟରେ ୮୨.୫ କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ। ତେବେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏହି ଖେଳ ପାଇଁ ୫୯.୫୯ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଏକ ପ୍ରାଥମିକ ଆକଳନ କରି ସରକାରଙ୍କୁ ରିପୋର୍ଟ ଦେଇଥିଲା। ଏହାଛଡା ହକି ବିଶ୍ୱକପ ଉଦ୍‌ଘାଟନୀ ଉତ୍ସବ ପାଇଁ ହକି ଇଣ୍ଡିଆ ଇଣ୍ଟରନ୍ୟାଶନାଲ ହକି ଫେଡେରେଶନ(ଏଫ୍‌ଆଇଏଚ୍‌)କୁ ୨୫ କୋଟି ଟଙ୍କା ପ୍ରଦାନ କରିଥିଲା। ଖେଳର ପ୍ରଚାର ଓ ଗଣମାଧ୍ୟମ ପାଇଁ ୯.୨୩ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିବା ବେଳେ ଖେଳ ପରିଚାଳନା ପାଇଁ ୧୮.୮୯ କୋଟି, ଖେଳପଡ଼ିଆକୁ ଖେଳାଳିମାନଙ୍କୁ ନେବା ଆଣିବା କରିବା ବାବଦରେ ୩.୮୩ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ସେହିପରି ଦେଶ ବିଦେଶରେ ଏହି କ୍ରୀଡ଼ାକୁ ପ୍ରଚାର ଓ ପ୍ରସାର ପାଇଁ ରାଜ୍ୟ ସରକାର ୧.୯୦ କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ଖେଳାଳି ଓ ଅନ୍ୟ ଅତିଥିମାନଙ୍କୁ ରହିବା ପାଇଁ ୧.୪୧ କୋଟି ଏବଂ ରାଜ୍ୟ ସରକାର ୮୪.୯୬ ଲକ୍ଷ ବୈଧାନିକ ଖର୍ଚ୍ଚ (ଷ୍ଟାଚୁଟାରି ଏକ୍ସପେନ୍‌ସେସ) କରିଥିବା ବିଭାଗ ପକ୍ଷରୁ କୁହାଯାଇଛି। ତେବେ କୌତୂହଳର କଥା ଯେ ଏହି ଖେଳ ପାଇଁ ଅନ୍ୟାନ୍ୟ (ମିସଲାନିୟସ) ଖର୍ଚ୍ଚ ହୋଇଥିବା ୫.୯୬ କୋଟି ଟଙ୍କାର କୌଣସି ହିସାବ ବିଭାଗ ଦେଇ ନାହିଁ। ବିଶ୍ୱକପ ବେଳେ ଭଡ଼ାରେ ଅଣାଯାଇଥିବା ବିଭିନ୍ନ ଯନ୍ତ୍ରାଂଶ ବିଷୟରେ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଖେଳ ସମୟରେ କେତେ ଟିକେଟ ବିକ୍ରି ହୋଇଥିଲା ଓ ଏବାବଦରେ ରାଜ୍ୟ ସରକାର କେତେ ଟଙ୍କା ଆଦାୟ କରିଛନ୍ତି ସେ ନେଇ ମଧ୍ୟ କିଛି କୁହାଯାଇ ନାହିଁ। ବିଶ୍ୱକପରେ ହୋଇଥିବା ଖର୍ଚ୍ଚକୁ ନେଇ ବିରୋଧୀ ଦଳ ଓ ସ୍ବେଚ୍ଛାସେବୀ ସଂଗଠନଗୁଡିକ ଅନେକ ସମୟରେ ଆପତ୍ତି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri