ହଜାରେ କର୍ମଚାରୀଙ୍କୁ ଛଟେଇ କଲା ଆଇବିଏମ୍‌

ନୂଆଦିଲ୍ଲୀ,୨୪।୫: ସାରା ବିଶ୍ୱରେ କରୋନା ମହାମାରୀ କାୟାବିସ୍ତାର କରିଚାଲିଛି। ଏହି ମହାମାରୀର ପ୍ରଭାବ ସବୁ ସ୍ତରରେ ଦେଖିବାକୁ ମିଳିଛି। ଆମେରିକା ଭଳି ବିକଶିତ ରାଷ୍ଟ୍ର ଏଥିରୁ ବର୍ତ୍ତିପାରି ନାହିଁ। ଆଇବିଏମ୍‌ ଭଳି ପ୍ରମୁଖ ମଲ୍ଟିନ୍ୟାଶନାଲ ଟେକ୍ନୋଲୋଜି କମ୍ପାନୀ ଉପରେ ମଧ୍ୟ ଏହାର ପ୍ରଭାବ ପଡିଛି । ଗତ ୨ମାସ ତଳେ ନୂଆ କରି ଦାୟିତ୍ୱ ଗ୍ରହଣ କରିଥିବା କମ୍ପାନୀର ସିଇଓ ଅରବିନ୍ଦ କ୍ରିଷ୍ଣା ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କମ୍ପାନୀ କୋଭିଡ୍‌-୧୯ ମହାମାରୀ ପାଇଁ ନାନା ସମସ୍ୟାରେ ସମ୍ମୁଖୀନ ହେବା ସହିତ ବାଣିଜି୍ୟକ କ୍ଷତି ମଧ୍ୟ ସୁହାଉଛି । ଏହି କାରଣରୁ କମ୍ପାନୀ ତା’ର ଏକ ହଜାର କର୍ମଚାରୀଙ୍କୁ ଛଟେଇ କରିଥିବା ସୂଚନା ଦେଇଛି। ଏହି କମ୍ପାନୀ ଗତ କିଛି ମାସ ହେଲା ଆର୍ଥିକ ମାନ୍ଦାବସ୍ଥାରେ ସମ୍ମୁଖୀନ ହୋଇଛି । ଛଟେଇର ପ୍ରଭାବ ଭାରତ ଉପରେ ମଧ୍ୟ ପଡିବ ବୋଲି ଜଣାପଡିଛି। ଏହି ମହାମାରୀ କାରଣରୁ କମ୍ପାନୀର ବାଣିଜି୍ୟକ ବ୍ୟବସ୍ଥାରେ ମଧ୍ୟ ବ୍ୟାପକ ଅସ୍ଥିରତା ଦେଖାଦେଇଛି। ଏହି ସଂକ୍ରମଣ ପାଇଁ କମ୍ପାନୀ ତା’ର ଆମେରିକାନ କର୍ମଚାରୀମାନଙ୍କୁ ବିଭିନ୍ନ ସୁବିଧା ପ୍ରଦାନ ସହ ସେମାନଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ସବ୍‌ସିଡି ପ୍ରଦାନ କରୁଛି। ଏହି ସୁବିଧା ଜୁନ୍‌ ୨୦୨୧ ପର୍ଯ୍ୟନ୍ତ ପ୍ରଦାନ କରାଯିବ ବୋଲି କମ୍ପାନୀ ମୁଖପାତ୍ର ସୂଚନା ଦେଇଛନ୍ତି । କମ୍ପାନୀର ଲକ୍ଷ ଲକ୍ଷ କର୍ମଚାରୀ ବିଭିନ୍ନ ରାଜ୍ୟରେ କାର୍ଯ୍ୟ କରୁଛନ୍ତି। କମ୍ପାନୀ ଆସନ୍ତା ଅକ୍ଟୋବର ୩୧ ପର୍ଯ୍ୟନ୍ତ କର୍ମଚାରୀମାନଙ୍କୁ ୨୦ରୁ୨୫% ବେତନ ମୂଳ ଦରମାରୁ କାଟି ପ୍ରଦାନ କରିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri