ହଟିଲା କଟକଣା: ରାଉରକେଲାରେ ଖୋଲିଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ରାଉରକେଲା ଅଫିସ,୩୦।୫: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ମାସ ୨୬ ତାରିଖରେ ସହରର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରାଯାଇ ବିଭିନ୍ନ କଟକଣା ଲଗାଯାଇଥିଲା। ପୂର୍ବରୁ କିଛି ଅଞ୍ଚଳରୁ କଣ୍ଟେନମେଣ୍ଟ ଆଦେଶ ପ୍ରତ୍ୟାହାର ହୋଇଯାଇଥିଲା। ଶନିବାର ବଳକା ଅଞ୍ଚଳରୁ ମଧ୍ୟ କଣ୍ଟେନମେଣ୍ଟ ଆଦେଶ ପ୍ରତ୍ୟାହାର କରାଯାଇଛି। ସମ୍ପୃକ୍ତ ଅଞ୍ଚଳରୁ କୌଣସି ନୂଆ ପଜିଟିଭ୍‌ ବାହାରି ନ ଥିବାରୁ ଏବଂ ବୃହତ୍ତର ଜନସ୍ବାର୍ଥ ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଛି। ରାଉରକେଲା ମହାନଗର ନିଗମ ପକ୍ଷରୁ ଏ ସମ୍ପର୍କିତ ଏକ ଆଦେଶନାମା ପ୍ରକାଶିତ ହୋଇଛି।

ଦୀର୍ଘ ଏକ ମାସରୁ ଅଧିକ ସମୟ ଧରି ସମ୍ପୃକ୍ତ ଅଞ୍ଚଳର ଲୋକେ ପ୍ରଶାସନକୁ ସହଯୋଗ କରିଛନ୍ତି। ପ୍ରଶାସନ ବି ସବୁବେଳେ ଲୋକଙ୍କ ସୁବିଧା ଲାଗି ବିଭିନ୍ନ ପଦକ୍ଷେପ ନେଇଛି। ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ହେଉ ଅବା ସ୍ବାସ୍ଥ୍ୟସେବା କିମ୍ବା ସମ୍ପୃକ୍ତ ଅଞ୍ଚଳରେ ଫସି ରହିଥିବା ଅତ୍ୟାବଶ୍ୟକୀୟ ଜିନିଷପତ୍ର ସେଠାରୁ ବାହାର କରିବା ହେଉ ସବୁ କ୍ଷେତ୍ରରେ ମହାନଗର ନିଗମ ପ୍ରଶାସନ ଏକ ପ୍ରକୃତ ବନ୍ଧୁ ଭଳି ଲୋକଙ୍କ ସହ ଛିଡା ହୋଇଛି। ବିଭିନ୍ନ ସମସ୍ୟାର ସମାଧାନ ଲାଗି ଅହରହ ଚେଷ୍ଟା କରିଛି। ଆଗାମୀ ଦିନରେ ବି ମହାନଗର ନିଗମ ପ୍ରଶାସନ ଲୋକଙ୍କ ସହ ମିଶି ଲୋକଙ୍କ ସୁବିଧା ପାଇଁ କାର୍ଯ୍ୟ କରିବାକୁ ବଦ୍ଧ ପରିକର। ସାନିଟାଇଜେଶନ ଠାରୁ ଆରମ୍ଭ କରି ଘରକୁ ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚ, ଏସବୁ କାର୍ଯ୍ୟରେ କର୍ମଚାରୀମାନଙ୍କ ନିଷ୍ଠାପର ସେବାକୁ ଲୋକଙ୍କ ସୀକୃତି ମିଳିଛି। ଲୋକଙ୍କ ସହଯୋଗ ମିଳିଲେ କରୋନା ନିଶ୍ଚିତ ଭାବେ ହାରିବ। ଆମ ରାଉରକେଲା ବିଜୟୀ ହେବ ବୋଲି କମିଶନର ଦିବ୍ୟଜ୍ୟୋତି ପରିଡା ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri