Posted inଜାତୀୟ

ହଠାତ୍‌ ବସ୍‌ର ବ୍ରେକ୍‌ ଫେଲ୍‌ ହେବାରୁ ଗଲା ୧୧ ଜୀବନ

ଚମ୍ପାରଣ,୧୦।୬: ଝାରଖଣ୍ଡ ଚମ୍ପାରଣରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ଭୋର ସାଢ଼େ ୩ଟାରେ ଏକ ଯାତ୍ରୀବାହୀ ବସ୍‌ ଟ୍ରକକୁ ଧକ୍କା ଦେଇଛି। ଫଳରେ ଏହି ଦୁର୍ଘଟଣାରେ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଯାତ୍ରୀବାହୀ ବସ୍‌ ଗୁମଲାରୁ ମସୋଢ଼ୀକୁ ଯାଉଥିଲ। ସେହିପରି ମାଲବାହୀ ଟ୍ରକ ଛଡ଼ ନେଇଯାଉଥିବା ବେଳେ ହଠାତ୍‌ ଖରାପ୍‌ ହୋଇଯାଇଥିବାରୁ ଧନଓ୍ବା ଘାଟି ରାସ୍ତାରେ ଛିଡା ହୋଇଥିଲା। ସେହି ସମୟରେ ବସ୍‌ଟିିର ହଠାତ୍‌ ବ୍ରେକ ଫେଲ୍‌ ହେବାରୁ ଭାରସାମ୍ୟ ହରାଇ ଛିଡ଼ା ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୧୧ଜଣଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍‌ରୁ ୧୧ଜଣଙ୍କ ମୃତଦେହ ଉଦ୍ଧାର କରିବା ସହ ଆହତଙ୍କୁ ଉଦ୍ଧାର କରାଯାଇ ଚମ୍ପାରଣ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତେବେ ମୃତକଙ୍କ ଏ ପର୍ଯ୍ୟନ୍ତ ପରିଚୟ ମିଳିପାରି ନ ଥିବା ବେଳେ ସେମାନଙ୍କ ମଧ୍ୟରେ ଡ୍ରାଇଭର ଓ ହେଲପର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଭରଣପୋଷଣ ଟଙ୍କା ଉପରେ ହାଇକୋର୍ଟଙ୍କ ବଡ଼ ରାୟ: ପରିସ୍ଥିତି ଦେଖି ବଦଳିବ ଟଙ୍କା, ସ୍ୱାମୀଙ୍କ ସବୁ ଦରମା ଉପରେ ନାହିଁ ପତ୍ନୀଙ୍କ ହକ୍!

ନୂଆଦିଲ୍ଲୀ, ୧୫।୭: ଭତ୍ତା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସ୍ୱାମୀଙ୍କ ଦରମାର ୨୫% ଦେବା ବାଧ୍ୟତାମୂଳକ ନୁହେଁ, ପରିସ୍ଥିତି ଅନୁସାରେ ବଦଳିପାରେ ରାଶି ଆଲ୍ଲାହାବାଦ ହାଇକୋର୍ଟ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ…

NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ

ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍‌’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା,…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ପୁଣିଥରେ ସଂକ୍ରମିତ ହେବା ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri