ବିଦ୍ୟୁତ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, କ୍ଷତିପୂରଣ ଦାବିରେ ଆନ୍ଦୋଳନ

ବଇଣ୍ଡା,୨୩।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ସେସୁ କାର୍ଯ୍ୟାଳୟ ଅଧୀନରେ ଥିବା ନାକିଚି ଛେଳିଆଢିପ ବିଦ୍ୟୁତ ସବ୍‌ଷ୍ଟେଶନରେ କାର୍ଯ୍ୟରତ ବଇଣ୍ଡା ଗ୍ରାମର ପ୍ରହଲ୍ଲାଦ ମହାପାତ୍ର(୫୫)ଙ୍କ ମୃତଦେହ ମଙ୍ଗଳବାର ହଣ୍ଡପା ପୋଲିସ କାର୍ଯ୍ୟାଳୟ ପରିସରରୁ ଉଦ୍ଧାର କରିଛି।
ପ୍ରହଲ୍ଲାଦ ଓ ତାଙ୍କର ଜଣେ ସହଯୋଗୀ ଉକ୍ତ କାର୍ଯ୍ୟାଳୟଠାରେ କାର୍ଯ୍ୟରତ ଥିଲେ। ସକାଳେ ପ୍ରହଲ୍ଲାଦ ନାକିଚି ଅଞ୍ଚଳକୁ ପରିବା କିଣିବା ପାଇଁ ଆସୁଥିବାବେଳେ କାର୍ଯ୍ୟାଳୟରେ ଗୋଡ଼ ଖସି ପଡ଼ିଯିବାରୁ ତଳେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ତାଙ୍କ ମୃତଦେହ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଯିବା ପରେ ଅଞ୍ଚଳବାସୀ କ୍ଷତିପୂରଣ ଦାବିରେ ବଇଣ୍ଡା ସେସୁ କାର୍ଯ୍ୟାଳୟଠାରେ ତାଙ୍କ ମୃତଦେହ ରଖି ଆନ୍ଦୋଳନ କରିଥିଲେ। ଡିୟୁଟି ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ଯୋଗୁ ତୁରନ୍ତ ସମସ୍ତ ପ୍ରକାର କ୍ଷତିପୂରଣ ଯୋଗାଇ ଦେବାକୁ ବଇଣ୍ଡା ଗ୍ରାମବାସୀ ଦାବି କରିଥିଲେ। ଖବରପାଇ ବଇଣ୍ଡା ସେସୁ ଏସଡ଼ିଓ ମୋହନ ନାୟକ ପହଞ୍ଚି ପ୍ରହଲ୍ଲାଦଙ୍କ ପରିବାରକୁ ସମସ୍ତ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ଆନ୍ଦୋଳନ ପ୍ରତ୍ୟାହୃତ କରିଥିଲେ। ତାଙ୍କ ମୃତ୍ୟୁକୁ ନେଇ ଜିଲା ଭାଜପା ସଭାପତି ଭାଗିରଥି ପ୍ରଧାନ, ନୁନୁକାପଶି ସରପଞ୍ଚ ଜଳଧର ସାହୁ, ବଇଣ୍ଡା ଗ୍ରାମ ସଭାପତି ଚିନ୍ତାମଣୀ ପ୍ରଧାନ, ଘାସିନାଥ ବେହେରା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri