ହଣ୍ଡପା ପ୍ରାଣୀ ଚିକିତ୍ସାଳୟ ଅବହେଳିତ: ଆସୁନାହାନ୍ତି କର୍ମଚାରୀ, ମିଳୁନି ଚିକିତ୍ସା

ବଇଣ୍ଡା,୧୭।୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ପ୍ରାଣୀ ଚିକିତ୍ସାଳୟ ଅବହେଳିତ ହୋଇପଡ଼ିଛି। କର୍ମଚାରୀମାନେ ଚିକିତ୍ସାଳୟ ଖୋଲୁ ନ ଥିବାବେଳେ ଗୃହପାଳିତ ପଶୁଙ୍କୁ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ହଣ୍ଡପା ଗ୍ରାମବାସୀ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଗ୍ରାମବାସୀ କହିଛନ୍ତି, ଏହି ଚିକିତ୍ସାଳୟ ଉପରେ ହଣ୍ଡପା, ବିଲେଇନାଳୀ, ଗାଁ ବଇଣ୍ଡା, ନୁନୁକାପଶି, ଲୁହାମୁଣ୍ଡା, କଣ୍ଟେଇକୁଳିଆ, କଟରଙ୍ଗା, ଜାମ୍ବୁନାଳୀ ଆଦି ୯ଟି ପଞ୍ଚାୟତର ବାସିନ୍ଦା ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା ପାଇଁ ନିର୍ଭର କରିଥାନ୍ତି। ୨୦୧୦ ଗଣନା ଅନୁଯାୟୀ ଏହି ପଞ୍ଚାୟତ ଗୁଡ଼ିକରେ ୧୫,୫୦୦ ମେଣ୍ଢା, ଗାଈ, ମଇଁଷି, ଛେଳି ରହିଛନ୍ତି। ଏଠାରେ ଜଣେ ପ୍ରାଣୀ ଡାକ୍ତର, ଜଣେ ଫାର୍ମାସିଷ୍ଟ ଓ ଜଣେ ପିଅନ ଆବଶ୍ୟକ ଥିବାବେଳେ ଦୀର୍ଘଦିନ ହେବ ଡାକ୍ତର ଓ ଫାର୍ମାସିଷ୍ଟ ପଦବୀ ଖାଲିପଡ଼ିଛି। ୨୦୧୮ ମେରେ ବଇଣ୍ଡା ଡାକ୍ତରଖାନାଟି ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ଯୋଗୁ ଭଙ୍ଗା ଯାଇଥିବାବେଳେ ନୂତନ କେନ୍ଦ୍ର ନିର୍ମାଣ ହୋଇ ନ ଥିବା ଯୋଗୁ ହଣ୍ଡପା ପ୍ରାଣୀ ଚିକିତ୍ସାକେନ୍ଦ୍ରକୁ ବଇଣ୍ଡା ପ୍ରାଣୀ ଚିକିତ୍ସାଳୟର ସମସ୍ତ ଔଷଧ ଓ ଯନ୍ତ୍ରପାତି ସ୍ଥାନାନ୍ତର କରାଯାଇଛି। ଏପରିକି ବଇଣ୍ଡା ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ହଣ୍ଡପା ଚିକିତ୍ସାକେନ୍ଦ୍ରର ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ହେଲେ ହଣ୍ଡପା କେନ୍ଦ୍ରଟି ଏପ୍ରିଲ ମାସରୁ ଖୋଲାଯାଉ ନାହିଁ। କୌଣସି କର୍ମଚାରୀ କେନ୍ଦ୍ରକୁ ଆସୁ ନ ଥିବାରୁ ଚିକିତ୍ସାଳୟରେ ସଦାସର୍ବଦା ତାଲା ଝୁଲୁଛି। ଏପରିକି ଘରୋଇ ପ୍ରାଣୀ ଡାକ୍ତରଙ୍କ ଉପରେ ନିର୍ଭର କରି ଲୋକେ ଖର୍ଚ୍ଚାନ୍ତ ହେଉଛନ୍ତି। ଅନ୍ୟପକ୍ଷରେ କାର୍ଯ୍ୟାଳୟଟି ଏବେ ବିପଦ ସଙ୍କୁଳ ଅବସ୍ଥାରେ ଥିବାବେଳେ ସା ହେଲେ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହୋଇଛି। ଏ ନେଇ ଭାରପ୍ରାପ୍ତ ପ୍ରାଣୀ ଚିକିତ୍ସାଧିକାରୀ ମୁରଲୀ ଧର କଅଁର କହିଛନ୍ତି, ମୋ ଅଧୀନରେ ଥିବା ଗ୍ରାମଗୁଡ଼ିକୁ ଯାଇ ଚିକିତ୍ସା କରୁଥିବା ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri