ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଛି ଡାକ୍ତର ପଦବୀ : ୨୦ ହଜାର ଲୋକ ହନ୍ତସନ୍ତ

ବଇଣ୍ଡା,୬ା୫(ଡି.ଏନ୍‌.ଏ)-କିଶୋରନଗର ବ୍ଲକ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘକିଛି ମାସ ହେବ ଡାକ୍ତରୀ ପଦବୀ ଖାଲିପଡ଼ିଛି। ଫଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଡାକ୍ତରଙ୍କୁ ନିଯୁକ୍ତି କରିବା ପାଇଁ ବୁଧବାର ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଏକ ଦାବିପତ୍ର ଡାକ ଯୋଗେ ଅନୁଗୋଳ ଜିଲାପାଳ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି।
ଗ୍ରାମବାସୀ କହିଛନ୍ତି, ଆଠମଲ୍ଲିକ ଉପଖଣ୍ଡର ବହୁ ପୁରାତନ ସ୍ବାସ୍ଥ୍ୟକେନ୍ଦ୍ର ହଣ୍ଡପା ହୋଇଥିବାବେଳେ ଦୀର୍ଘ କିଛିବର୍ଷ ହେଲା ସମସ୍ୟା ଦେଇ ଗତି କରୁଛି। ଗତ କିଛିମାସ ହେବ ଡାକ୍ତରୀ ପଦବୀ ଖାଲି ପଡ଼ିଥିଲେ ମଧ୍ୟ ନିଯୁକ୍ତି କରାଯାଉ ନାହିଁ। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ହଣ୍ଡପା, ବିଲେଇନାଳୀ, କଟରଙ୍ଗା, ନାକିଚି, କଣ୍ଟେଇକୁଳିଆ ଆଦି ପଞ୍ଚାୟତର ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଚିକିତ୍ସା ପାଇଁ ନିର୍ଭର କରୁଛନ୍ତି। ହେଲେ ଡାକ୍ତର ନ ଥିବା ଯୋଗୁ ସାମାନ୍ୟ ଜ୍ୱର ହେଲେ ଘରୋଇ କ୍ଲିନିକ ନ ଚେତ ୩୦ କିମି ଦୂର କିଶୋରନଗର, ୫୦ କିମି ଦୂର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରୁଛନ୍ତି। ହଣ୍ଡପାରେ ମୃତଦେହ ବ୍ୟବଚ୍ଛେଦ ଗୃହ ଥିବାବେଳେ ଡାକ୍ତର ନ ଥିବା ଯୋଗୁ ବ୍ୟବଚ୍ଛେଦ କରିବାରେ ବିଳମ୍ବ ହେଉଛି। ସେହିପରି ୫୫ ନଂ. ଜାତୀୟ ରାଜପଥ ରାସ୍ତା କଡ଼ରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଥିବାରୁ ଦୁର୍ଘଟଣାଗ୍ରସ୍ତ ଗୁରୁତର ବ୍ୟକ୍ତିମାନେ ଚିକିତ୍ସା ନ ପାଇ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଡାକ୍ତର ନିଯୁକ୍ତି କରିବା ପାଇଁ ଗ୍ରାମର ଗୌରାଙ୍ଗ ପ୍ରଧାନ, କଷ୍ଟୁ ପ୍ରଧାନ, ବିଶ୍ୱଜିତ୍‌ ପ୍ରଧାନ, ଗୁଲୁ ଦେହୁରି, ରମେଶ ଦେହୁରି, ଗୋପାଳ ସାହୁ, ଅଜିତ ପ୍ରଧାନ, ସରୋଜ ମିଶ୍ର, ଅରକ୍ଷିତ ମିଶ୍ର ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri