ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ଗୁରୁବାର ଏସ୍‌ଟି କେସ୍‌ ନଂ. ୭୬/୧୩୨/୧୭/୧୫, ଘସିପୁରା ଥାନା କେସ୍‌ ୬୯/୧୩.୪.୨୦୧୫ର ବିଚାର କରି ଅଭିଯୁକ୍ତ ପବିତ୍ର ଓରଫ ବିଶୁ ନାଇକକୁ ଉପଯୁକ୍ତ ପ୍ରମାଣ ଅଭାବରୁ ଖଲାସ କରିଥିବା ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ପବିତ୍ର ଆନନ୍ଦପୁର ଥାନା ସୁନ୍ଦୁରିଆ ଗ୍ରାମର। ଅଭିଯୁକ୍ତଙ୍କ ପକ୍ଷରୁ ମାମଲା ପରିଚାଳନା କରିବା ପାଇଁ ଓକିଲ ଯୋଗାଇ ନ ପାରିବାରୁ ଆନନ୍ଦପୁର ତାଲୁକ ଆଇନସେବା ସମିତି ଚଠି ନଂ ୧୦/୭.୦୧.୨୦୧୭ରେ ଆଇନଜୀବୀ ମାନସ ରଞ୍ଜନ ସାହୁ ମାମଲା ପରିଚାଳନା କରିଥିଲେ।
ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲା କରଞ୍ଜିଆ ପଟବିଲ ଅଞ୍ଚଳର ବାସନ୍ତୀ ସୁଳିଓ ଘସିପୁରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ, ଆନନ୍ଦପୁର ଥାନା ସୁନ୍ଦୁରିଆ ଗ୍ରାମର ଚତୁଃର୍ଭୁଜ ନାଇକଙ୍କ ପୁଅ ପବିତ୍ର ତାଙ୍କ ଝିଅ ମୃତ ଭାନୁମତୀ ସୁଳିଓଙ୍କ ସହିତ ପ୍ରେମ ସମ୍ପର୍କ ରଖି ନିଜ ଘରେ ରଖିଥିଲେ। ୨୦ ଦିନ ପରେ ଝିଅ ଘର ଲୋକେ ଭାନୁମତି ପବିତ୍ରଙ୍କ ଘରେ ଥିବା ସମ୍ପର୍କରେ ଜାଣିବାକୁ ପାଇଥିଲେ। ପୁନର୍ବାର ଯୋଗାଯୋଗ କରିବାରୁ ପରିବାର ଲୋକଙ୍କର ସନ୍ଦେହ ହୋଇଥିଲା। ଫଳରେ ଏତଲାକାରୀ ବାସନ୍ତୀ, ପୁଅ ରାଜକିଶୋର, ଭିଣୋଇ ବୁଲୁ ନାଇକ ସୁନ୍ଦୁରିଆରେ ପହଞ୍ଚି ଝିଅକୁ ପାଇ ନ ଥିଲେ। ଘଟଣା ସମ୍ପର୍କରେ ପଚାରିବାରୁ ପବିତ୍ର ତାଙ୍କ ଝିଅକୁ ଘସିପୁରା ଥାନା କଲରାଗଡ଼ିଆ ମଉସା ଘରେ ରଖିଥିବା କହିଥିବାବେଳେ ପରେ ନିଜର ଦୋଷ ସ୍ବୀକାର କରି ଭାନୁମତୀଙ୍କୁ ମାରିଦେଇ ବାଲିରେ ପୋତି ଦେଇଥିବା କହିଥିଲେ। ଏନେଇ ମୃତ ଭାନୁମତୀଙ୍କ ମାଆ ବାସନ୍ତୀ ଝିଅକୁ ଅପହରଣ କରିବା ପରେ ମାରି ଦେଇଥିବା ଘସିପୁରା ଥାନାରେ ଅଭିଯୋଗ କରିଥିଲେ। ଘସିପୁରା ପୋଲିସ କେସ୍‌ ନଂ ୬୯/୧୫ରେ ଏକ ମାମଲା ରୁଜୁ କରି ୧୩.୪.୨୦୧୫ରେ ଅଭିଯୁକ୍ତ ପବିତ୍ରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri