ହତ୍ୟା ମାମଲା: ୨ ଭାଇଙ୍କୁ ଆଜୀବନ ଜେଲ

ବାଲିଗୁଡା,୧ା୧୦(ଡି.ଏନ୍‌.ଏ.)-ଏକ ହତ୍ୟା ମାମଲାର ବିଚାର କରି ଶୁକ୍ରବାର ବିଚାରପତି ଅରବିନ୍ଦ ପଟ୍ଟନାୟକଙ୍କ ଖଣ୍ଡପୀଠରେ ଅଭିଯୁକ୍ତ ୨ ଭାଇଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସେମାନେ ହେଲେ କ୍ଷୀର ମାଝି ଓରଫ ବୀରେନ୍ଦ୍ର ଓ ତାଙ୍କ ଭାଇ ରାଜୁ ମାଝି। ୨୦୧୬ ଏପ୍ରିଲ ତାରିଖ ରାତିରେ ବୀରେନ୍ଦ୍ରଙ୍କ ଶ୍ୱଶୁର ଡଲୁ ମାଝିକୁ ଡୁନାପଡା(ଗାର୍ମେଲ) ଗ୍ରାମରେ ହତ୍ୟା କରାଯାଇଥିଲା। କୌଣସି ଏକ ଘଟଣାକୁ ନେଇ ବୀରେନ୍ଦ୍ର ଓ ତାଙ୍କ ସାନ ଭାଇ ମିଶି ଡଲୁଙ୍କୁ ହତ୍ୟା କରି ମୃତଦେହକୁ ଲୁଚାଇ ଦେଇଥିଲେ। ଏହି ଘଟଣାକୁ ନେଇ ସେ ସମୟରେ ବେଲଘର ଥାନାରେ ନଂ.୧୭/୧୬ରେ ଏକ ମାମଲା ରୁଜୁ ହୋଇଥିଲାା ଅଭିଯୁକ୍ତ ୨ ଭାଇ ବୀରେନ୍ଦ୍ର ଓ ରାଜୁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଉକ୍ତ ମାମଲାର ବିଚାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ତରଫରୁ ଅତିରିକ୍ତ ପିପି
ସୁଧାଂଶୁ ମୋହନ ପତି ମାମଲା ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri