ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୦ା୧୧- ଭଦ୍ରକ ଅତିରିକ୍ତ ଜିଲା ତଥା ଦୌରା ଜଜ୍‌ ପ୍ରଣତି ସାହା ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ଶରତ ମଳିକଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବା ସହିତ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ମକଦ୍ଦମା ବିବରଣୀ ଅନୁଯାୟୀ, ଧୂଷୁରୀ ଥାନା ଅନ୍ତର୍ଗତ ବମକୁରା ବନ୍ଧସାହି ଗ୍ରାମର ସୃଷ୍ଟିଧର ମଳିକ ୨୦୧୬ ଜାନୁୟାରୀ ୫ ତାରିଖରେ ଧୂଷୁରୀ ବଜାରକୁ ଯାଇ ଫେରୁଥିବା ବେଳେ ଗାଁମୁଣ୍ଡରେ ତାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ପାରିବାରିକ କଳହ ତଥା ଜମିଜମାକୁ କେନ୍ଦ୍ର କରି ଗ୍ରାମର ଶରତ ମଳିକ, ସ୍ତ୍ରୀ ଦ୍ୱିତୀ ମଳିକ, ପୁଅ ବିପିନ ମଳିକ ଓରଫ୍‌ ନନ୍ଦକିଶୋର ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଗୁରୁତର ଆହତ ହୋଥବବା ସୃଷ୍ଟିଧରଙ୍କୁ ଚିକତ୍ସା ଲାଗି ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ୪ ଦିନ ପରେ ଅର୍ଥାତ୍‌ ୯ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଧୂଷୁରୀ ଥାନା ପୋଲିସ ୩୦୨, ୧୦୯ ଓ ୩୪ ଦଫା ଅନୁଯାୟୀ ଏକ ମାମଲା(ନଂ ୪/୧୬) ରୁଜୁ କର ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଦ୍ୱିତୀ ଓ ବିପିନ ଜାମିନରେ ଯାଇଥିଲେ ମଧ୍ୟ ଶରତ ବିଚାରଧୀନ ବନ୍ଦୀ ଭାବେ ଜେଲରେ ଅଟକ ରହିଥିଲେ। କୋର୍ଟ ଏହି ମାମଲାର ବିଚାର କରି ଅଭିଯୁକ୍ତ ଶରତ ମଳିକଙ୍କୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସ୍ତ୍ରୀ ଦ୍ୱିତୀ ଓ ପୁଅ ବିପିନଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରାଯାଇିଛି। ସରକାରଙ୍କ ପକ୍ଷରୁ ଆଡିସନାଲ ପବ୍ଲିକ ପ୍ରସୁକ୍ୟୁଟର ମଧୁସ୍ମିତା ସାହାଣୀ ଏହି ମାମଲା ପରିଚାଳାନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri