Posted inଖେଳ

ହରମନପ୍ରୀତ୍‌ ଆନ୍ତର୍ଜାତିକ କ୍ରିକେଟରୁ ବ୍ରେକ୍‌ ନେବାକୁ ଚାହୁଁଥିଲେ

ନୂଆଦିଲ୍ଲୀ,୨୪।୫(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ରେ ଖେଳାଯାଇଥିବା ବିଶ୍ୱକପ୍‌ ଟି୨୦ ବିବାଦ ପରେ ଆନ୍ତର୍ଜାତିକ କ୍ରିକେଟରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବ୍ରେକ୍‌ ବା ବିଶ୍ରାମ ନେବାକୁ ଚାହୁଁଥିଲେ ବୋଲି ଭାରତୀୟ ଅଧିନାୟିକା ହରମନପ୍ରୀତ କୌର କହିଛନ୍ତି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସିନିୟର ଖେଳାଳି ମିଥାଲି ରାଜଙ୍କୁ ବାଦ ଦେବାକୁ ଟିମ୍‌ ମ୍ୟାନେଜମେଣ୍ଟ ଓ ହରମନପ୍ରୀତ ମିଳିତ ଭାବେ ନିଷ୍ପତ୍ତି ନେଇଥିଲେ। ସେମିଫାଇନାଲରେ ଭାରତ ପରାସ୍ତ ହେବା ପରେ ବିବାଦ ସୃଷ୍ଟି ହୋଇଥିଲା। ଫଳରେ ଭାରତୀୟ ଦଳ ଦୁଇ ଭାଗରେ ବିଭକ୍ତ ହୋଇଥିଲା। ଶେଷରେ କୋଚ୍‌ ରମେଶ ପାଓ୍ବାରଙ୍କୁ ପଦରୁ ବହିଷ୍କୃତ ହେବାକୁ ପଡିଥିଲା। ଦିନିକିଆ ଅଧିନାୟକ ମିଥାଲିଙ୍କ ସହ ହରମନପ୍ରୀତଙ୍କ ମଧ୍ୟରେ ସମ୍ପର୍କ ମଧ୍ୟ ସେତେଟା ଭଲ ହୋଇପାରି ନ ଥିଲା। ଆଘାତ ସମସ୍ୟାରୁ ମଧ୍ୟ ହରମନପ୍ରୀତ କ୍ରିକେଟରୁ ବେଶ୍‌ କିଛିଦିନ ଦୂରେଇ ରହିଥିଲେ। ଟି୨୦ ବିଶ୍ୱକପ୍‌ର ପରାଜୟ ପରେ ଅବଶ୍ୟ ନିରାଶ ହୋଇଥିଲେ। ତେବେ ବିବାଦ ମୋତେ ଅଧିକ କଷ୍ଟ ଦେଇଥିଲା ବୋଲି ହରମନପ୍ରୀତ କହିଛନ୍ତି। ଉଲ୍ଲେଖଥାଉ କି, ୩୦ ବର୍ଷୀୟା ମହିଳା ଅଲରାଉଣ୍ଡର ହରମନପ୍ରୀତ ୨ଟି ଟେଷ୍ଟ, ୯୩ଟି ଦିନିକିଆ ଓ ୯୬ଟି ଟି୨୦ ମ୍ୟାଚ୍‌ ଖେଳି ବେଶ୍‌ ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?