ହରିଦାସପୁର ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ବୃତ୍ତିଗତ ଦିଗକୁ ଦେଖାଯାଉ ନ ଥିବା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ପରିବାରଲୋକେ ଏହାକୁ ହତ୍ୟାକାଣ୍ଡ ବୋଲି କହୁଛନ୍ତି। ଏହି କ୍ରମରେ ଭାଜପା ବୁଧବାର ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ସ୍ମିତା ଭତ୍ତା ଟଙ୍କା ବାଣ୍ଟିବା ପାଇଁ ଯାଇଥିଲେ। କାର୍ଯ୍ୟରେ ଥିବା ସମୟରେ ତାଙ୍କର ମୃତ୍ୟୁ ଘଟିଛି। ହେଲେ ଏସ୍‌ପି ତାଙ୍କର ବ୍ୟକ୍ତିଗତ ଦିଗକୁ ତଦନ୍ତ ପରିସରକୁ ନେଇଥିବା ବେଳେ ବୃତ୍ତିଗତ ଦିଗକୁ ଦେଖିନାହାନ୍ତି ବୋଲି ଭାଜପା ପ୍ରଶ୍ନ ଉଠାଇଛି। ମଙ୍ଗଳବାର ସ୍ମିତାଙ୍କ ସ୍ବାମୀ ସୁଶୀଲ ଚାକିରିକୁ ନେଇ ସେ ମାନସିକ ଚାପରେ ଥିଲେ ବୋଲି କହିଥିଲେ। ଏପରିକି ଆବାସ ଯୋଜନା, ଭତ୍ତା ହିତାଧିକାରୀ ଚୟନକୁ ନେଇ ସ୍ମିତାଙ୍କ ଉପରେ ଚାପ ରହିଥିଲା। ଏପରିସ୍ଥଳେ ସରକାର ସମ୍ପୂର୍ଣ୍ଣ ଭାବେ ନିରବ ରହିଛନ୍ତି ବୋଲି ଭାଜପା ପକ୍ଷରୁ କଟାକ୍ଷ କରାଯାଇଛି। ଏସ୍‌ପିଙ୍କ ମୋବାଇଲ କଲ୍‌ ରେକର୍ଡ ଯାଞ୍ଚ କରାଯିବା ସହ ଡିଜି ୭ ଦିନ ମଧ୍ୟରେ କାହା କାହା ସହ କଥା ହୋଇଛନ୍ତି ସ୍ପଷ୍ଟ କରନ୍ତୁ ବୋଲି ଖବରଦାତା ସମ୍ମିଳନୀରେ ଭାଜପା ଉପସଭାପତି ସମୀର ମହାନ୍ତି ଦାବି କରିଛନ୍ତି।

ଅପରପକ୍ଷେ ବିଜେଡି ପକ୍ଷରୁ ଏହାର ଜବାବ ରଖାଯାଇଛି। ବିଜେଡି ନେତା ସମୀର ଦାସ କହିଛନ୍ତି, ଆଇନ ତା’ ବାଟରେ କାମ କରୁଛି। ଏହି ଘଟଣାକୁ ରାଜନୀତିକରଣ କରିବା ଉଚିତ୍‌ ନୁହେଁ। କିଭଳି ସ୍ମିତାରାଣୀଙ୍କୁ ନ୍ୟାୟ ମିଳିବ ସେଥିପାଇଁ ତଥ୍ୟ ଥିଲେ ଉପସ୍ଥାପନ କରାଯାଉ। ଏହାକୁ ତଦନ୍ତକାରୀ ସଂସ୍ଥା ଗ୍ରହଣ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri