ହଷ୍ଟେଲ ଛାଡୁଛନ୍ତି ଛାତ୍ରୀ, ମରାମତି ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ

ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଆଦିବାସୀ ଛାତ୍ରୀ ହଷ୍ଟେଲ ବହୁ ଅବ୍ୟବସ୍ଥା ଭିତରେ ଗତି କରୁଛି। ଏହି ହଷ୍ଟେଲଟି ୧୦୦ ଶଯ୍ୟା ବିଶିଷ୍ଟ ହୋଇଥିବା ବେଳେ ଏହାକୁ ମରାମତି ପାଇଁ କର୍ତ୍ତୃପକ୍ଷ କିମ୍ବା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ନଜର ଦେଉନାହାନ୍ତି। ଫଳରେ ବାଧ୍ୟ ହୋଇ ହଷ୍ଟେଲର ଏକ ପ୍ରତିନିଧି ଦଳ ବାରିପଦା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ବିଜନ କୁମାର ଥମ୍ବଙ୍କୁ ସାକ୍ଷାତ କରି ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି। ହଷ୍ଟେଲରେ ନଳକୂପ, ପାଣି ଟାଙ୍କି, ଅତିରିକ୍ତ ଶୌଚାଳୟର ଆବଶ୍ୟକତା ଥିବା ବେଳେ ସମସ୍ତ କୋଠରିର କବାଟ, ଝରକା, କାନ୍ଥ ଆଦି ନଷ୍ଟ ହୋଇଗଲାଣି। ଏହା ସହିତ ହଷ୍ଟେଲ କୋଠାକୁ ରଙ୍ଗ କରିବାକୁ ମଧ୍ୟ ସେମାନେ ଦାବି କରିଛନ୍ତି। ଶୀତଦିନରେ ଆହୁରି ହଇରାଣ ହେବାକୁ ପଡ଼ିବ ବୋଲି ଛାତ୍ରୀମାନେ ହଷ୍ଟେଲ ଛାଡ଼ିବାକୁ ବାଧ୍ୟ ହେଉଛନ୍ତି। ଆସନ୍ତା ୧୫ଦିନ ମଧ୍ୟରେ ଏହାର ତୁରନ୍ତ ବ୍ୟବସ୍ଥା କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବେ ବୋଲି ସେମାନେ ଲିଖିତ ଭାବେ ଜଣାଇଛନ୍ତି। ଏହି ପ୍ରତିନିଧି ଦଳରେ ତିଳୋତ୍ତମା ଟୁଡୁ, ସରୋଜିନୀ ମାରାଣ୍ଡି, ଶିବାନୀ ମୁଣ୍ଡା, ସୋନାଲି ହେମ୍ବ୍ରମ ପ୍ରମୁଖଙ୍କ ସହିତ ଅନ୍ୟ ଛାତ୍ରୀମାନେ ସାମିଲ ଥିଲେ। ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ(ମାସା)ର ରାଜ୍ୟ ସଭାପତି ଶୁକଲାଲ ମାରାଣ୍ଡି ଛାତ୍ରୀମାନଙ୍କୁ ସମର୍ଥନ କରି ସେଠାରେ ଉପସ୍ଥିତ ରହି ଅନୁରୂପ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri