କଟକ ଅଫିସ,୧୪।୩: ଚାଉଳିଆଗଞ୍ଜ ଅଞ୍ଚଳରେ ଥିବା ଏକ ହଷ୍ଟେଲରୁ ଶୁକ୍ରବାର ପୋଲିସ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କନ୍ଧମାଳ ଜିଲା ବ୍ରାହ୍ମଣିଗଁ। ଥାନା ଅଞ୍ଚଳର ଅରୁଣ ଉଥାନ ସିଂହଙ୍କ ଝିଅ ପ୍ରୀୟା ଉଥାନ ସିଂହ(୧୨)। ତାଙ୍କ ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ଅରୁଣ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ହତ୍ୟା ମାମଲା(ନଂ.୧୦୫/୨୦)ରୁଜୁକରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଚାଉଳିଆଗଞ୍ଜର ଏକ କନ୍ୟାଶ୍ରମରେ ପ୍ରିୟା ଷଷ୍ଠ ଶ୍ରେଣୀରେ ପଢୁଥିଲେ। ସେ ଗତ ଦୁଇ ବର୍ଷ ହେବ ଏହି କନ୍ୟାଶ୍ରମରେ ରହୁଥିଲେ। ଅରୁଣ ଗତ ୧୦ ତାରିଖରେ ତାଙ୍କ ଝିଅକୁ ଦେଖାକରି କନ୍ଧମାଳ ଫେରିଯାଇଥିଲେ। ୧୨ ତାରିଖ ସକାଳେ କନ୍ୟାଶ୍ରମର ପରିଚାଳକ ଅରୁଣଙ୍କୁ ଫୋନ କରି ତାଙ୍କ ଝିଅର ମୃତ୍ୟୁ ହେଇଥିବା କହିଥିଲେ। ପରେ ଅରୁଣ ଏବଂ ତାଙ୍କ ପରିବାରବର୍ଗ କଟକ ଆସିଥିଲେ। ପ୍ରିୟାଙ୍କ ଦେହରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଛି ବୋଲି ଅରୁଣ ଅଭିଯୋଗରେ ଦର୍ଶାଇଛନ୍ତି। ପ୍ରିୟାଙ୍କୁ ଜ୍ୱର ହୋଇଥିବାରୁ ଔଷଧ ଦିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ମେଡିକାଲକୁ ନିଆଯାଇଥିଲା ବୋଲି ହଷ୍ଟେଲ କର୍ତ୍ତୃପକ୍ଷ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ୍ୟତା ଜଣାପଡ଼ିବ ବୋଲି ପୋଲିସ କହିଛି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….
ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…
ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି
ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…
ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…
ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…
ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା
ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…
କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍ରେ ଦେହାନ୍ତ
କଟକ,୧୫ା୨: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…
ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….
ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…
ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…
ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…
ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ
ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…
Archives

