Posted inଜାତୀୟ

ହସ୍ତକ୍ଷେପ ଲାଗି ମନାକଲା କେନ୍ଦ୍ର

ନୂଆଦିଲ୍ଲୀ/ହାଇଦ୍ରାବାଦ, ୫ା୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀ ଭାଇଜାଗ୍‌କୁ କାର୍ଯ୍ୟକାରୀ ରାଜଧାନୀ, ଅମରାବତୀକୁ ବ୍ୟବସ୍ଥାପକ ରାଜଧାନୀ ଓ କୁର୍ନୁଲ୍‌କୁ ନ୍ୟାୟିକ ରାଜଧାନୀ କରିବା ଯୋଜନାରେ ଅଛନ୍ତି। ରାଜ୍ୟରେ ଏଭଳି ୩ ରାଜଧାନୀ କରିବାକୁ ସେ ଚାହୁଁଥିବାବେଳେ ଟିଡିପି ଏହାକୁ ବିରୋଧ କରିଆସୁଛି। ଏହା ରାଜ୍ୟର ଇଚ୍ଛାଧୀନ କଥା, ଏଥିରେ ହସ୍ତକ୍ଷେପ କରାଯିବ ନାହିଁ ବୋଲି ପାର୍ଲାମେଣ୍ଟରେ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି। ଟିଡିପି ଏମ୍‌ପି ଜୟଦେବ ଗାଲାଙ୍କ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ କହିଛନ୍ତି, ରାଜ୍ୟ ରାଜଧାନୀ ସମ୍ପର୍କରେ ସମ୍ପୃକ୍ତ ଅଞ୍ଚଳରେ ରାଜ୍ୟଗୁଡ଼ିକ ସ୍ବାଧୀନ ନିଷ୍ପତ୍ତି ନେଇପାରିବେ। ପ୍ରକାଶଥାଉ କି, ଟିଡିପି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁ ଅମରାବତୀକୁ ରାଜ୍ୟର ରାଜଧାନୀ କରାଯିବ ବୋଲି ଘୋଷଣା କରିଥିଲେ। ୨୦୧୫ ଏପ୍ରିଲରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପରେ ଜଗନ୍‌ ଏହା ବିରୋଧରେ ଯାଇ ରାଜ୍ୟରେ ୩ ରାଜଧାନୀ କରିବା ଲାଗି ବିଲ୍‌ ଆଣିଥିଲେ। ବିଲ୍‌ଟି ବିଧାନ ପରିଷଦରେ ପାସ୍‌ ହୋଇ ନ ଥିଲା। ଶାସକ ଦଳର ସଂଖ୍ୟାଗରିଷ୍ଠତା ନ ଥିବାରୁ ବିଧାନ ପରିଷଦକୁ ଭଙ୍ଗକରିବା ଲାଗି ଜଗନ୍‌ ଚାହୁଁଛନ୍ତି। ଏହାକୁ ନେଇ ରାଜନୀତି ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?