ହସ୍ପିଟାଲରୁ ଘରକୁ ଫେରି ପୁଅକୁ କୋଳେଇ ପାରିଲେନି ଡାକ୍ତର, ଭିଡିଓ ଦେଖିଲେ ଆଖିରେ ରହିବନି ଲୁହ

ରିୟାଦ: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏହି ପରିସ୍ଥିତିରେ ଡାକ୍ତରମାନେ ରୋଗୀଙ୍କ ଜୀବନ ରକ୍ଷା କରିବା ପାଇଁ ନିଜ ଜୀବନକୁ ବାଜି ଲଗାଇ ଅବିରତ ସେବା ଯୋଗାଇ ଚାଲିଛନ୍ତି। ହସ୍ପିଟାଲରେ ଦୀର୍ଘ ସମୟ କାମ କରିବା ସମୟରେ ଡାକ୍ତରମାନେ ସଂକ୍ରମିତ ନ ଥିଲେ ମଧ୍ୟ ନିଜ ପରିବାରଠାରୁ ଦୂରେଇ ରହିବାକୁ ଏକପ୍ରକାର ବାଧ୍ୟ ହେଉଛନ୍ତି। ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓ ଦେଖିଲେ ଆଖିରେ ଲୁହ ଆସିଯିବ।
ଏହି ଭିଡିଓକୁ ସାଉଦି ଆରବର ଜଣେ ବ୍ୟକ୍ତି ଶେୟାର କରିଛନ୍ତି। ଏଠାରେ ଜଣେ ଡାକ୍ତର କରୋନା ପୀଡ଼ିତଙ୍କ ଚିକିତ୍ସା କରି ଦୀର୍ଘଦିନ ପରେ ଘରକୁ ଫେରିଛନ୍ତି। ବାପା ଆସିଥିବାରୁ ଛୋଟ ପୁଅଟି ଧରିବା ପାଇଁ ଦୌଡୁଥିଲେ ମଧ୍ୟ ଡାକ୍ତର ଧରିବାକୁ ମନା କରୁଛନ୍ତି। ପିଲାଟି ସେଇଠି ଠିଆ ହେଇ ବାପାଙ୍କ ମୁହଁକୁ ଚାହିଁ ରହୁଛି। ଏହା ଦେଖି ଡାକ୍ତର ତଳେ ବସିପଡ଼ି କାନ୍ଦିବାରେ ଲାଗିଛନ୍ତି। ଏହି ଭିଡିଓରେ ୟୁଜରମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଇଛନ୍ତି। କର୍ତ୍ତବ୍ୟ ଆଗରେ ସତେ ଯେପରି ସ୍ନେହ ମମତା ହାର ମାନିଛି। ଆଉ କିଛି ୟୁଜର ଡାକ୍ତରଙ୍କୁ ପ୍ରକୃତ ହିରୋ ବୋଲି କହିଛନ୍ତି। ମାଇକ୍‌ ନାମକ ଜଣେ ଟୁଇଟର୍‌ ବ୍ୟବହାରକାରୀ ଏହି ଭିଡିଓ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri