ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ: ହିନ୍ଦୁ, ମୁସ୍‌ଲିମ ରୋଗୀଙ୍କ ପାଇଁ ଅଲଗା ଓ୍ବାର୍ଡ

ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ୍‌ ରୋଗୀଙ୍କୁ ଚିକିତ୍ସା କରାଯାଉଥିବା ଗୁଜରାଟର ଏକ ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ ଦେଖିବାକୁ ମିଳିଛି। ଏହି ବୈଷମ୍ୟପୂର୍ଣ୍ଣ ବିଷୟ ସାମ୍ନାକୁ ଆସିବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
ଭାଜପା ଶାସିତ ରାଜ୍ୟ ଗୁଜରାଟର ଅହମଦାବାଦସ୍ଥିତ ଏକ ସରକାରୀ ହସ୍ପିଟାଲରେ କରୋନା ଭାଇରସ୍‌ରେ ସଂକ୍ରମିତ ରୋଗୀଙ୍କ ଚିକିତ୍ସା କରାଯାଉଛି। ସେଠାରେ ଆକ୍ରାନ୍ତ ବ୍ୟକ୍ତିମାନଙ୍କୁ ସେମାନଙ୍କ ଧର୍ମ ଆଧାରରେ ଅଲଗା ଅଲଗା ରଖାଯାଉଛି। ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି ଏପରି କରିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଥିବା ହସ୍ପିଟାଲ କର୍ତ୍ତୃପକ୍ଷ ଦାବି କରୁଛନ୍ତି। ଅହମଦାବାଦ ସିଭିଲ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଡ. ଗୁଣବନ୍ତ ଏଚ୍‌. ରାଠୋଡ୍‌ କହିଛନ୍ତି, ସାଧାରଣତଃ ମହିଳା ଓ ପୁରୁଷଙ୍କ ପାଇଁ ସ୍ବତନ୍ତ୍ର ଓ୍ବାର୍ଡ ରହିଛି। କିନ୍ତୁ ଆମେ ଏଠାରେ ହିନ୍ଦୁ ଓ ମୁସଲମାନ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରିଛୁ। ଏହା ହେଉଛି ସରକାରଙ୍କ ନିର୍ଦ୍ଦେଶ। ଆପଣ ଚାହିଁଲେ ସରକାରଙ୍କୁ ପଚାରିପାରନ୍ତି।
ଏନେଇ ଗୁଜରାଟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପ୍ରଧାନ ସଚିବ ଜୟନ୍ତୀ ରବିଙ୍କୁ ପଚରାଯିବାରୁ ତାଙ୍କ ବ୍ୟକ୍ତିଗତ ସହାୟକ ଫୋନ୍‌ ଧରିଥିଲେ। ସେ କିଛି ଉତ୍ତର ଦେବା ପରିବର୍ତ୍ତେ ହସ୍ପିଟାଲର ରେସିଡେଣ୍ଟ ମେଡିକାଲ ଅଫିସର ଡକ୍ଟର ସଞ୍ଜୟ ସୋଲାଙ୍କିଙ୍କ ସହ କଥା ହେବା ପାଇଁ ପରାମର୍ଶ ଦେଇଥିଲେ। ସେହିପରି ସୋଲାଙ୍କି ମଧ୍ୟ ମୁହଁ ଖୋଲିବା ପାଇଁ ମନା କରିବା ସହ ଡକ୍ଟର ରାଠୋଡ୍‌ଙ୍କ ସହ ଆଲୋଚନା କରିବାକୁ କହିଥିଲେ। ଶେଷରେ ଗୁଜରାଟ ସ୍ବାସ୍ଥ୍ୟମନ୍ତ୍ରୀ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ କହିଥିଲେ, ଏପରି କିଛି ଘଟିନାହିଁ। ଲୋକଙ୍କୁ ଯାହା ଦରକାର ସମସ୍ତ ଚିକିତ୍ସା ସେବା ପ୍ରଦାନ କରାଯାଉଛି। ପ୍ରକାଶ ଯେ, ଭାଜପା ଉଭୟ ଗୁଜରାଟ ଓ କେନ୍ଦ୍ରରେ କ୍ଷମତାସୀନ ଅଛି। ନରେନ୍ଦ୍ର ମୋଦି ୨୦୧୪ରେ ଭାରତର ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ୨୦୦୧ରୁ ୧୩ ବର୍ଷ ଧରି ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?