Posted inଜାତୀୟ

ହାଇ ଆଲର୍ଟରେ ୧୯ ବିମାନ ବନ୍ଦର

ନୂଆଦିଲ୍ଲୀ,୮।୮: ଆଗକୁ ସ୍ବାଧୀନତା ଦିବସ ଏହାସହ କଶ୍ମୀର ପ୍ରସଙ୍ଗକୁ ନେଇ ପରିବେଶ ଉଷ୍ମ ଥିବାରୁ ଦେଶର ପ୍ରାୟ ୧୯ଟି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି। ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ ସିକ୍ୟୁରିଟି(ବିସିଏଏସ୍‌) ପକ୍ଷରୁ ଏହି ଆଲର୍ଟ ଜାରି କରାଯାଇଛି। ଆତଙ୍କବାଦୀ ସଙ୍ଗଠନ ଜୈଶ ଆକ୍ରମଣ ଯୋଜନା କରୁଥିବା ଅନୁମାନ କରି ଏହି ଆଲର୍ଟ ଜାରି କରାଯାଇଥିବା ପ୍ରକାଶ। ଆଲର୍ଟରେ ରହିଥିବା ବିମାନ ବନ୍ଦର ଗୁଡିକ ହେଉଛି ଦିଲ୍ଲୀ, ମୁମ୍ବାଇ, ହାଇଦ୍ରାବାଦ, ବେଙ୍ଗାଲୁରୁ, ଇମ୍ପାଲ, ଚେନ୍ନାଇ, କୋଲକାତା, ଅମ୍ରିତସର, ଥିରୁଭାନନ୍ନପୁରମ, ରାୟପୁର, ଜୟପୁର, ଲକ୍ଷ୍ନୌ, ଶ୍ରୀନଗର, ପାଟନା, ଗୁଆହାଟି, ଭୋପାଳ, ଭୁବନେଶ୍ୱର, ଡେରାଡୁନ ଓ ଅହମ୍ମଦାବାଦ। ସୂଚନାଯୋଗ୍ୟ, ଜାତୀୟ ସୁରକ୍ଷା ପ୍ରତିନିଧିଙ୍କ କାର୍ଯ୍ୟାଳୟରୁ ସମ୍ଭାବ୍ୟ ଆକ୍ରମଣ ଯୋଜନାକୁ ନେଇ ବାରମ୍ବାର ସତର୍କ କରାଯାଉଥିବାରୁ ମୁଖ୍ୟତଃ ବିମାନ ମନ୍ଦର ଗୁଡିକରେ ହାଇ ଆଲର୍ଟ ଜାରି କରାଯାଇଛି। ସେହିପରି ବାୟୁସେନା ଘାଟି, ହେଲିପ୍ୟାଡ, ଆଭିଏଶନ ଟ୍ରେନିଂ ଇନଷ୍ଟିଚ୍ୟୁଟ ଭଳି ସ୍ଥାନରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି। ସ୍ବାଧୀନତା ଦିବସରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ରୋକିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri