ହାଇଓ୍ବା ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଯୋଡ଼ା, ୭।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବାମେବାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଏକ ହାଇଓ୍ବା ଧକାରେ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ହାଟଡିହୀ ବ୍ଲକ ସୋସୋ ଗ୍ରାମର ଘନଶ୍ୟାମ ପ୍ରଧାନ(୫୪) ଓ ତାଙ୍କ ସ୍ତ୍ରୀ ପ୍ରେମଲତା ରାଜ ଏକ ବାଇକ୍‌ ଯୋଗେ ସୁନ୍ଦରଗଡ ଜିଲା କୋଇଡା ନଦିଡିିହୀ ଅଞ୍ଚଳରୁ ନିଜ ଗ୍ରାମ ସୋସୋ ଫେରୁଥିବା ବେଳେ ରବିବାର ପୂର୍ବାହ୍ନରେ ଏକ ହାଇଓ୍ବା ସେମାନଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ସ୍ବାମୀ ଓ ସ୍ତ୍ରୀ ଦୁଇଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତ ଅବସ୍ଥାରେ ଉଭୟଙ୍କୁ ଯୋଡାସ୍ଥିତ ଟାଟାଷ୍ଟିଲ ଡାକ୍ତରଖାନା ନିଆଯାଇଥିଲେ ହେଁ, ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀ ଘନଶ୍ୟାମ ପ୍ରଧାନଙ୍କ ମୃତ୍ୟୁ ଘଟିଛି। ପ୍ରେମଲତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବାମେବାରୀ ପୋଲିସ ଦୁର୍ଘଟଣା ଘଟାଇଥିବା ହାଇଓ୍ବାକୁ ଜବତ କରିଛି। ତେବେ ମୃତ ଘନଶ୍ୟାମ ପ୍ରଧାନ ନଦିଡିହୀ ଖଣିରେ ସହକାରୀ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ସ୍ତ୍ରୀ ପ୍ରେମଲତା ରାଜ କୋଇଡା ବ୍ଲକର ଏକ ସ୍କୁଲରେ ଶୀକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri