ହାଇଓ୍ବା,ବସ୍‌ ମୁହାଁମୁହିଁ: ୧୭ଗୁରୁତର, ୩୨ଆହତ, ସ୍ଥାନୀୟ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ଜମନକିରା,୨୦।୩: ସମ୍ବଲପୁର ଜିଲା ଜମନକିରା ଥାନା ଫାସିମାଲ- କୁଚିଣ୍ଡା ରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟି ୧୭ ଗୁରୁତର ଥିବା ବେଳେ ୩୨ ଆହତ ହୋଇଛନ୍ତି। ଏକ ଘରୋଇ ବସ୍‌ ସହ ହାଇୱା ମୁହାଁମୁହିଁ ଧକ୍କାହେବା ଫଳରେ ବସ୍‌ରେ ଥିବା ୪୯ ଯାତ୍ରୀଙ୍କ ମଧ୍ୟରୁ ୧୭ ଜଣ ଗୁରୁତର ଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରୁ କେତେଜଣଙ୍କୁ କୁଚିଣ୍ଡା ଡାକ୍ତରଖାନାରେ ଚିକିତ୍ସା କରାଯାଇଥିବା ବେଳେ ଅନ୍ୟମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ପୋଲିସ ସୂଚନାନୁଯାୟୀ, ଶୁକ୍ରବାର ସକାଳେ ଏବିଏସ୍‌ ନାମକ ଘରୋଇ ବସ୍‌(ଓଡି-୧୬-୭୯୪୫) କୁଚିଣ୍ଡା ବସ୍‌ଷ୍ଟାଣ୍ଡରୁ ଫାସିମାଲ ଅଭିମୁଖେ ବାହାରିଥିଲା। ଗୁଲୁଜିପାଲି ପୋଲ ନିକଟରେ ବିପରୀତ ଦିଗରୁ ଫ୍ଲାଏଆଶ୍‌ ନେଇ ଆସୁଥିବା ଏକ ହାଇୱା ( ଓଡି୨୩ ବି୧୯୦୦) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବସ୍‌ରେ ବସିଥିବା ୪୯ ଜଣଙ୍କ ମଧ୍ୟରୁ ୧୭ ଜଣ ଗୁରୁତର ହୋଇଥିଲେ। ଅନ୍ୟ ୩୨ ଜଣ ସାମାନ୍ୟ ଆହତ ହୋଇଥିଲେ। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଓ ଗୁରୁତରମାନଙ୍କୁ ନିକଟସ୍ଥ ଫାସିମାଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କୁଚିଣ୍ଡା ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିଲା। କେତେଜଣ ଗୁୁରୁତର ଆହତଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଆହତଙ୍କ ମଧ୍ୟରୁ ବୈକୁଣ୍ଠନାଥ ଭଇଁଷା (୬୦)ଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଛି। ଅନ୍ୟପକ୍ଷରେ ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ସେମାନଙ୍କ ଦାବି ଅନୁସାରେ ବହୁବାର ଏହି ରାସ୍ତାରେ ହମ୍ସ ନ ଥିବାରୁ ଦୁର୍ଘଟଣା ଘଟୁଛି। ପ୍ରଶାସନ ପାଖରେ ଦାବି ସତ୍ତ୍ୱେ ପ୍ରତିକାର ବ୍ୟବସ୍ଥା କରାଯାଉନାହିଁ। ଏଥିସହ ଉକ୍ତ ରାସ୍ତାରେ ଥିବା ଟାଇଁସର, ଫାସିମାଳ ଓ ଗୁଲୁଜିପାଲି ପୋଲ ବହୁଦିନରୁ ତିଆରି ହୋଇଥିବାରୁ ସଂକୀର୍ଣ୍ଣ ରହିଛି; ଯଦ୍ଦ୍ବାରା ଯାତାୟାତ କରୁଥିବା ଯାନବାହନଗୁଡ଼ିକ ଦୁର୍ଘଟଣାର ସମ୍ମୁଖୀନ ହେଉଛି। ପୋଲିସ ଓ ବିଭାଗ ଅଧିକାରୀ ପହଞ୍ଚି ହମ୍ସ ଓ ପୋଲ ଓସାରିଆ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଛି। ଏନେଇ ଜମନକିରା ଥାନାରେ ଏକ ଦୁର୍ଘଟଣା ମାମଲା ରୁଜୁକରାଯାଇ ତଦନ୍ତ ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri