ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’

କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ସ୍ଥାନୀୟ ପୋଲିସ ଅସମର୍ଥ ହେଉଥିଲେ ପାରା ମିଲିଟାରି ଫୋର୍ସ ବା ଅର୍ଦ୍ଧ ସାମରିକ ବଳ ମୁତୟନ ପାଇଁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯିବ। ମଙ୍ଗଳବାର ଏଭଳି ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମ୍‌କୋର୍ଟ। ଓଡ଼ିଶା ହାଇକୋର୍ଟରେ ଆଇନଜୀବୀଙ୍କ ଆନ୍ଦୋଳନକୁ ନେଇ ଅଦାଲତଗୁଡିକରେ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ଦୂର କରିବାକୁ ସୁପ୍ରିମକୋର୍ଟ ଗୁରୁତ୍ୱର ସହ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ଏଥିସହ ହାଇକୋର୍ଟଙ୍କଠାରୁ ଏ ସମ୍ପର୍କରେ ଜବାବ ରଖିବାକୁ ସରକାରୀ ଓକିଲ ୨ଦିନ ସମୟ ନେଇଛନ୍ତି। ଆସନ୍ତା ୨୪ତାରିଖରେ ମାମଲାର ପରିବର୍ତ୍ତୀ ଶୁଣାଣି ହେବ। ଓଡ଼ିଶା ହାଇକୋର୍ଟ ଆଇନଜୀବୀଙ୍କ ଦୀର୍ଘଦିନ ଆନ୍ଦୋଳନ ଉପରେ ସୁପ୍ରିମକୋର୍ଟ କ୍ଷୁବ୍ଧ ହେବା ସହ କିଛି ଲୋକଙ୍କ ସ୍ବାର୍ଥ ପାଇଁ ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବ ନାହିଁ ବୋଲି ମତ ରଖିଛନ୍ତି। ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍‌. ଯୋସେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେବା ସହ ଅଦାଲତକୁ ସଚଳ କରିବା ପାଇଁ ପୋଲିସର ସହାୟତା ନେବାକୁ ଓଡ଼ିଶା ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନୀୟ ପୋଲିସ ସହାୟତା ନ ଦେଇପାରିଲେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳକୁ ମୁତୟନ କରି କୋର୍ଟ କାର୍ଯ୍ୟ ଆରମ୍ଭ କରିବା ଉଚିତ ବୋଲି ଖଣ୍ଡପୀଠ ମତ ରଖିଛନ୍ତି। ପିଏଲ୍‌ଆର୍‌ ପ୍ରୋଜେକ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ମହାନଦୀ କୋଲ୍‌ ଫିଲ୍ଡ ଲିମିଟେଡ୍‌ ମଧ୍ୟରେ ଚାଲିଥିବା ମାମଲାର ଶୁଣାଣି କରି ସୁପ୍ରିମକୋର୍ଟର ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ହାଇକୋର୍ଟରେ ଅଚଳାବସ୍ଥା ଯୋଗୁ ଉପରୋକ୍ତ ମାମଲା ପରିଚାଳନା ହୋଇ ପାରୁ ନଥିବା ପ୍ରସଙ୍ଗ ସୁପ୍ରିମକୋର୍ଟରେ ଉପସ୍ଥାପନ ହୋଇଥିଲା। ସୁପ୍ରିମକୋର୍ଟ ଏ ସମ୍ପର୍କରେ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri