Posted inଖେଳ

ହାଇକୋର୍ଟ ବାର୍‌ ଚାମ୍ପିୟନ, ଭୁବନେଶ୍ୱର ରନର୍ସଅପ୍‌

ଭୁବନେଶ୍ୱର, ୨୪।୧(କ୍ରୀଡ଼ା ପ୍ରତିନିଧି)-
ବିଜେବି କଲେଜ ପଡ଼ିଆରେ ୬ଷ୍ଠ ପ୍ରଶାନ୍ତ ରାଉତରାୟ ସ୍ମାରକୀ ଅଲ୍‌ ଓଡ଼ିଶା ଆଇନଜୀବୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି। ଗୁରୁବାର ଅନୁଷ୍ଠିତ ଫାଇନାଲରେ ଭୁବନେଶ୍ୱରକୁ ୮ ଉଇକେଟରେ ହରାଇ ହାଇକୋର୍ଟ ବାର୍‌ ଚାମ୍ପିୟନ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଭୁବନେଶ୍ୱର ବାର୍‌ ବ୍ୟାଟିଂ ବିଫଳତା ଯୋଗୁ ୨୦ ଓଭରରେ ୧୧୧ ରନ କରି ଅଲଆଉଟ ହୋଇଥିଲା। ଦଳ ପକ୍ଷରୁ ସୁମନ ରାଉତରାୟ ସର୍ବାଧିକ ୩୦ ରନ କରିବାକୁ ସକ୍ଷମ ହୋଇଥିଲେ। ପ୍ରତିପକ୍ଷ ଦଳର ବିପ୍ଳବ ଶିଳାଦିତ୍ୟ ୧୧ ରନରେ ୪ଟି ଏବଂ ସଞ୍ଜୀବ ସେଠୀ ୮ ରନରେ ୩ଟି ଉଇକେଟ ନେଇ ଭୁବନେଶ୍ୱର ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ୧୧୨ ରନର ବିଜୟ ଲକ୍ଷ୍ୟକୁ ହାଇକୋର୍ଟ ବାର୍‌ ୧୬ ଓଭରରେ ୨ ଉଇକେଟ ହରାଇ ହାସଲ କରିଥିଲା। ପାର୍ଥ ସାରଥି ଆଚାର୍ଯ୍ୟ ୩୦ ବଲ୍‌ରେ ୪୪ ଓ ଅମିତାଭ ନାଏକ ୩୬ ବଲ୍‌ରେ ୩୮ରନରେ ଅପରାଜିତ ରହି ଦଳକୁ ଜିତାଇଥିଲେ। ପାର୍ଥସାରଥି ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ଫାଇନାଲ ପୂର୍ବରୁ ଅନୁଷ୍ଠିତ ପ୍ରଦର୍ଶନୀ ମ୍ୟାଚରେ ଜିଲା ଜଜ୍‌ ଏକାଦଶ ୧୩ ରନରେ ସଭାପତି ଏକାଦଶକୁ ପରାସ୍ତ କରିଥିଲା। ସତ୍ୟରଞ୍ଜନ ପ୍ରଧାନ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ହାଇକୋର୍ଟ ବିଚାରପତି ପ୍ରଥମ କୁମାର ପଟ୍ଟନାୟକ ଏବଂ ବିଚାରପତି ଅକ୍ଷୟ କୁମାର ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଜଜ୍‌ ଏକାଦଶ ପକ୍ଷରୁ ଜିଲା ଜଜ୍‌ ଲୋକନାଥ ମହାପାତ୍ର, ଭୁବନେଶ୍ୱର ବାର୍‌ ପକ୍ଷରୁ ସୁମନ ରାଉତରାୟ ଓ ହାଇକୋର୍ଟ ବାର୍‌ ପକ୍ଷରୁ ଅଧିନାୟକ ସିଦ୍ଧାର୍ଥ ଶଙ୍କର ରାୟ ଟ୍ରଫି ଗ୍ରହଣ କରିଥିଲେ। ଜୟନ୍ତ ଜେନା ମ୍ୟାନ ଅଫ ଦି ଟୁର୍ନାମେଣ୍ଟ ପୁରସ୍କାର ପାଇଥିଲେ। ସୁମନ୍ତ ନାୟକ, ପ୍ରିନ୍ସ ପଟ୍ଟନାୟକ ଯଥାକ୍ରମେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଓ ବୋଲର ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri