ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ବିଭୁ ପ୍ରସାଦ ରାଉତରାୟ

କଟକ ଅଫିସ, ୮। ୧୧- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ବିଭୁପ୍ରସାଦ ରାଉତରାୟ ଶପଥ ଗ୍ରହଣ କରିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ହାଇକୋର୍ଟ ପୁରୁଣା କୋଠାର କନ୍‌ଫରେନ୍ସ ହଲ୍‌ରେ ଏ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳଙ୍କ ଅନୁମତି କ୍ରମେ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ ସଞ୍ଜିବ ଚୋପ୍ରା ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ବିଜ୍ଞପ୍ତିକୁ ପଠନ କଲାପରେ ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ରାଉତରାୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ହାଇକୋର୍ଟ ବିଚାରପତି ସଞ୍ଜୁ ପଣ୍ଡା, କେ.ଆର୍‌. ମହାପାତ୍ର, ଏ.କେ. ରଥ, ସଙ୍ଗମ ସାହୁ, ବି.ଆର୍‌. ଷଡ଼ଙ୍ଗୀ, ଏ.କେ. ମିଶ୍ର, ଏସ୍‌.କେ. ମିଶ୍ର, ରାଜ୍ୟ ଆଇନ ସଚିବ ସଚ୍ଚିକାନ୍ତ ମିଶ୍ର, ଜିଲାପାଳ ଭବାନୀ ଶଙ୍କର ଚୟନି, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଡିସିପି ଅଖିଳେଶ୍ୱର ସିଂ, ବିଚାରପତି ବିଭୁ ପ୍ରସାଦ ରାଉତରାୟଙ୍କ ମାତାପିତା ଓ ହାଇକୋର୍ଟ ବାର୍‌ ଆସୋସିଏଶନର ବରିଷ୍ଠ ଆଇନଜୀବୀ ଓ ସଦସ୍ୟ ଉପସ୍ଥିତ ଥିଲେ।
ପ୍ରକାଶଥାଉ କି, ମୁଖ୍ୟ ବିଚାରପତି ଓଡ଼ିଶା ହାଇକୋର୍ଟରେ ବିଚାରପତି ନିଯୁକ୍ତି ପାଇଁ ୪ଜଣ ଜୁଡ଼ିସିଆଲ ଅଫିସରଙ୍କ ନାମ ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କୁ ସୁପାରିସ କରିଥିଲେ। ଗତ ଅକ୍ଟୋବର ୩ରେ ସୁପ୍ରିମକୋର୍ଟଙ୍କ କଲେଜିୟମ ବ୍ରହ୍ମପୁର ଜିଲା ଓ ଦୌରାଜଜ୍‌ ରାଉତରାୟଙ୍କୁ ବିଚାରପତି ଭାବେ ନିଯୁକ୍ତି ଦେବାକୁ ରାଷ୍ଟ୍ରପତିଙ୍କୁ ସୁପାରିସ କରିଥିଲେ। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ରାଉତରାୟଙ୍କ ନିଯୁକ୍ତିକୁ ନେଇ ଗୁରୁବାର ବିଦ୍ଧିବଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri