ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୬: ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଦୀର୍ଘଦିନ ହେଲା ଆନ୍ଦୋଳନ ହୋଇଆସୁଛି । ଏହି ଧାରାରେ ଗୁରୁବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଓକିଲମାନେ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ଏକାଠି ହୋଇ ବ୍ରହ୍ମପୁରରେ ତୁରନ୍ତ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବାକୁ ଦାବି କରିଥିଲେ। ପ୍ରତି ମାସର ଶେଷ ୪ ଦିନ ଏଥିପାଇଁ ଗଞ୍ଜାମ ଓକିଲ ସଂଘ ପକ୍ଷରୁ କୋର୍ଟ କାର୍ଯ୍ୟ ବର୍ଜନ କରାଯାଉଛି । ଏହି ଆନ୍ଦୋଳନ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ସରକାର ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ନେଇ ପାଲ କମିଶନ ବସାଇଥିଲେ। କମିଶନ ମଧ୍ୟ ରିପୋର୍ଟ ଦେଇସାରିଛି ହେଲେ ଏ ଦିଗରେ ସରକାର କୌଣସି ଉଦ୍ୟମ କରୁନଥିବା ସଂଘ ଅଭିଯୋଗ କରିବା ସହ ଉଦ୍‌ବେଗ ପ୍ରକାଶ କରିଛି । ବ୍ରହ୍ମପୁରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାକୁ ଜାଣିଶୁଣି ବିଳମ୍ବ କରାଯାଉଥିବା ସଂଘ ପକ୍ଷରୁ ଅଭିଯୋଗ ହୋଇଛି। ଦକ୍ଷିଣ ଓଡ଼ିଶାବାସୀଙ୍କ ସ୍ବାର୍ଥ ପାଇଁ ସରକାର ଖୁବଶୀଘ୍ର ବ୍ରହ୍ମପୁରରେବ୍ରହ୍ମପୁରରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ବିଧାନସଭା ଓ ଲୋକସଭାରେ ଏହି ପ୍ରସଙ୍ଗ ଉପସ୍ଥାପନ କରିବାକୁ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ସଂଘ ପକ୍ଷରୁ ଅନୁରୋଧ କରାଯାଇଛି। ଏଥିରେ ଗଞ୍ଜାମ ଓକିଲ ସଂଘର ସମ୍ପାଦକ କୈଳାସ ଚନ୍ଦ୍ର ପାଣିଗ୍ରାହୀ, ଉପସଭାପତି ଚିତ୍ତରଞ୍ଜନ ଶତପଥୀ, ଯୁଗ୍ମ ସମ୍ପାଦକ କିରଣ କୁମାର ମଣ୍ଡଳ, ଗଞ୍ଜାମ ଓକିଲ ସଂଘର ପୂର୍ବତନ ସମ୍ପାଦକ ପୀତବାସ ପଣ୍ଡା, ବରିଷ୍ଠ ଆଇନଜୀବୀ ମନୋଜ ପଟ୍ଟନାୟକ, ନିର୍ମଳ କୁମାର ସାହୁ, ରଘୁନାଥ ପ୍ରସାଦ ପାଣିଗ୍ରାହୀ, ପ୍ରଦୀପ ବେହେରା, ଅକ୍ଷୟ ପଟ୍ଟନାୟକ, ସଞ୍ଜୟ ମିଶ୍ର, ସୀତାଂଶୁ ପଣ୍ଡା, ନୟନ ମହାପାତ୍ର, ଜୁବୁଲି ଆଚାର୍ଯ୍ୟଙ୍କ ସମେତ ବହୁ ଆଇନଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri