ହାଇକୋର୍ଟଙ୍କ ପଦକ୍ଷେପ:ମାମଲା ବୋଝ କମାଇବାକୁ ଛୁଟିଦିନରେ ବସିଲା ସ୍ବତନ୍ତ୍ର ବେଞ୍ଚ

କଟକ ଅଫିସ,୧।୩: ମାମଲା ବୋଝ କମାଇବା ପାଇଁ ଶନିବାର ଛୁଟିଦିନ ହୋଇଥିଲେ ମଧ୍ୟ ହାଇକୋର୍ଟର ସ୍ବତନ୍ତ୍ର ବେଞ୍ଚ ବସିଥିଲା। ଜେଲ୍‌ କ୍ରିମିନାଲ ଅପିଲ୍‌ର ଶୁଣାଣି ପାଇଁ ଗଠିତ ସ୍ବତନ୍ତ୍ର ବେଞ୍ଚରେ ଶନିବାର ୯ ମାମଲାର ସମାଧାନ ହୋଇଛି। ୩ଟି ମାମଲାକୁ ଆଂଶିକ ଗ୍ରହଣ କରାଯାଇଥିବା ବେଳେ ୨ଟି ଆବେଦନକୁ ଅଦାଲତ ଗ୍ରହଣ କରିଥିବା ଜଣାପଡ଼ିଛି। ଜଷ୍ଟିସ୍‌ ସଙ୍ଗମ କୁମାର ସାହୁ ଏବଂ ଜଷ୍ଟିସ୍‌ ବିଭୁ ପ୍ରସାଦ ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠରେ ୩ଟି ମାମଲାର ଶୁଣାଣି ହୋଇ ସମାଧାନ ହୋଇଥିଲା। ଜଷ୍ଟିସ୍‌ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠରେ ଗୋଟିଏ ମାମଲାର ସମାଧାନ ହୋଇଥିଲା। ସେହିପରି ଜଷ୍ଟିସ୍‌ ପ୍ରମଥ ପଟ୍ଟନାୟକ ଏବଂ ଜଷ୍ଟିସ୍‌ ଏ.କେ. ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ୫ ମାମଲାର ଶୁଣାଣି ସାଙ୍ଗକୁ ସମାଧାନ କରାଯାଇଥିଲା। ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶରେ ଅନେକ ବିଚାରାଧୀନ କଏଦୀ ରାଜ୍ୟର ବିଭିନ୍ନ ଜେଲ୍‌ରେ ବନ୍ଦୀ ଅଛନ୍ତି। ସେମାନେ ନିମ୍ନ ଅଦାଲତ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଆବେଦନ କରିଥାନ୍ତି। କିନ୍ତୁ ଅନେକ ସମୟରେ ଏହି ଆବେଦନର ଶୁଣାଣିରେ ବହୁ ବିଳମ୍ବ ଦେଖାଦେଉଛି। ଦିନକୁ ଦିନ ମାମଲା ବୋଝ ମଧ୍ୟ ବଢ଼ିଚଲୁଛି। ତେଣୁ ଛୁଟିଦିନରେ ସ୍ବତନ୍ତ୍ର ବେଞ୍ଚରେ ଏଭଳି ମାମଲାଗୁଡ଼ିକର ଶୁଣାଣି କରାଯାଇଥିଲା। ନିମ୍ନ ଅଦାଲତର ରାୟଗୁଡ଼ିକୁ ତର୍ଜମା କରାଯାଇ ରାୟ ପ୍ରକାଶ ପାଇଥିଲା। ଫଳରେ ନିମ୍ନ ଅଦାଲତରୁ ଦଣ୍ଡିତ ହୋଇ ଜେଲ୍‌ଦଣ୍ଡ ଭୋଗୁଥିବା କେତେଜଣ ଉପକୃତ ହୋଇଛନ୍ତି। ପ୍ରାୟ ତିନିବର୍ଷ ପରେ ଏଭଳି ଛୁଟିଦିନରେ ସ୍ବତନ୍ତ୍ର ବେଞ୍ଚ ବସିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?