ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ଜବାବ ଦାଖଲ ପାଇଁ ମହଲତ ନେଲେ ବିଧାୟକ

କଟକ ଅଫିସ,୧୪ା୯: ବାରବାଟୀ-କଟକ ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମ ଶୁକ୍ରବାର ଜବାବ ଦାଖଲ ପାଇଁ ଅଦାଲତଙ୍କଠାରୁ ମହଲତ ନେଇଛନ୍ତି। ତେବେ ଆସନ୍ତା ୨୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବାକୁ ଥିବାବେଳେ ଏହା ପୂର୍ବରୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ ସାହୁଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୨୬ରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ନିର୍ବାଚନକୁ ରଦ୍ଦ କରିବା ନେଇ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଶୁକ୍ରବାର ବିଧାୟକ ମୋକିମଙ୍କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ମାମଲାର ବିବରଣୀରୁ ପ୍ରକାଶ, ଗତ ସାଧାରଣ ନିର୍ବାଚନରେ ବାରବାଟୀ-କଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମ ବିଜୟୀ ହୋଇଥିଲେ। ତେବେ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସମୟରେ ବିଧାୟକ ମୋକିମ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଥିବା ସତ୍ୟପାଠ ଏବଂ ନାମାଙ୍କନପତ୍ରରେ ଅନେକ ତଥ୍ୟ ଲୁଚାଇଥିବା ନେଇ ପୂର୍ବତନ ବିଧାୟକ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମୋକିମ ସତ୍ୟପାଠରେ ତାଙ୍କ ବିରୁଦ୍ଧରେ ଥିବା ଆପରାଧିକ ମାମଲା ଏବଂ ସମ୍ପତ୍ତି ସମ୍ପର୍କରେ ଅନେକ ତଥ୍ୟ ଲୁଚାଇଥିବା ସାମନ୍ତରାୟ ଅଭିଯୋଗରେ ଦର୍ଶାଇଛନ୍ତି। ସେହିପରି ନାମାଙ୍କନପତ୍ର ଦାଖଲ କରିବା ପରେ ମୋକିମ ସତ୍ୟପାଠ ଦାଖଲ କରିଥିବା ପୂର୍ବତନ ବିଧାୟକ ସାମନ୍ତରାୟ ଅଭିଯୋଗ କରିବା ସହ ଏହି ନିର୍ବାଚନକୁ ରଦ୍ଦ କରିବା ନେଇ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମିଲନ୍‌ କାନୁନ୍‌ଗୋ ଓ ଗୋପାଳ ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri