ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ

କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି। ଦେବୋତ୍ତର ବିଭାଗ ପକ୍ଷରୁ ଗତ ଜାନୁୟାରୀ ମାସଠାରୁ ଏକ ଅନ୍ତରୀଣ ଟ୍ରଷ୍ଟବୋର୍ଡକୁ ପରିଚାଳନା ଦାୟିତ୍ୱ ଦିଆଯାଇଥିବାବେଳେ କୋର୍ଟ ଏହାଠାରୁ ସମସ୍ତ କ୍ଷମତା ଆସନ୍ତା ସେପ୍ଟେମ୍ବର ୧୧ତାରିଖ ପର୍ଯ୍ୟନ୍ତ କାଢି ନେଇଛନ୍ତି। ଆସନ୍ତା ୧୧ ତାରିଖରେ ଚୂଡ଼ାନ୍ତ ଶୁଣାଣି ହେବ ଓ ଏଥିରେ କୋର୍ଟ ଅନ୍ତରୀଣ ଟ୍ରଷ୍ଟବୋର୍ଡ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଜଣାଇବେ। ରାମମନ୍ଦିର ସେବା ସମିତି ଟ୍ରଷ୍ଟ ପକ୍ଷରୁ ରୁଜୁ ଏକ ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ଓ ଜଷ୍ଟିସ୍‌ ପ୍ରମଥ ପଟ୍ଟନାୟକଙ୍କ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି।
୧୯୬୯ ମସିହାରେ ଭୁବନେଶ୍ୱରସ୍ଥ ରାମମନ୍ଦିର ଛକଠାରେ ସରକାରୀ ଜମିକୁ ଲିଜ୍‌ ନେଇ ରାମମନ୍ଦିର ସେବା ସମିତି ଟ୍ରଷ୍ଟ ଏଠାରେ ମନ୍ଦିର ନିର୍ମାଣ କରିଥିଲା। ରାମମନ୍ଦିର ସେବା ସମିତି ହାତରେ ମନ୍ଦିର ପରିଚାଳନା ଦାୟିତ୍ୱ ରହିଥିଲା। ମାତ୍ର ଦେବୋତ୍ତର କମିଶନଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ ଗତ ଜାନୁୟାରୀରେ ପୁରୁଣା ଟ୍ରଷ୍ଟକୁ ଭଙ୍ଗାଯାଇ ଏକ ଅସ୍ଥାୟୀ ଟ୍ରଷ୍ଟବୋର୍ଡ଼ ଗଠନ କରାଯାଇଥିଲା। ଏହାକୁ ବିରୋଧ କରି ରାମମନ୍ଦିର ସେବା ସମିତି ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ପୂର୍ବରୁ ହାଇକୋର୍ଟ ଫେବୃୟାରୀ ୨୨ରେ ସ୍ଥିତାବସ୍ଥା ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri