Posted inଖେଳ

ହାଇଜମ୍ପର ଝାଙ୍ଗ୍‌ଙ୍କ ଆକସ୍ମିକ ଅବସର ଘୋଷଣା

ସାଂଘାଇ, ୭ା୪ (ଏ.ଏଫ୍‌.ପି)- ବିଶ୍ୱର ବିଶିଷ୍ଟ ହାଇଜମ୍ପର ଚାଇନାର ଝାଙ୍ଗ୍‌ ଗୁଓଇଙ୍କୁ ଆକସ୍ମିକ ଅବସର ନିଷ୍ପତ୍ତି ତାଙ୍କ ସମର୍ଥକମାନଙ୍କୁ ବିସ୍ମିତ କରିଛି। ୨୦୧୫ରେ ବେଜିଂରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ବିଜୟୀ ଝାଙ୍ଗ୍‌ଙ୍କ ବୟସ ହେଉଛି ମାତ୍ର ୨୮ବର୍ଷ। ସେ ୨୦୧୨ ଲଣ୍ଡନ ଏବଂ ୨୦୧୬ ରିଓ ଅଲିମ୍ପିକ୍ସରେ ମଧ୍ୟ ଭାଗ ନେଇଥିଲେ। ଟୁଇଟରରେ ଏହା ହାଇଜମ୍ପରଙ୍କର ୩.୪ ନିୟୁତ ଫଲୋଅର ରହିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କହିଛନ୍ତି, ମୁଁ ଆଉ ପୂର୍ବଭଳି ଜମ୍ପ୍‌ କରିପାରୁ ନାହିଁ। ତେଣୁ ଖେଳରୁ ଅବସର ଘୋଷଣା କରୁଛି। ଏଥିପାଇଁ ମୁଁ ଦୁଃଖିତ। ସୂଚନାଯୋଗ୍ୟ, ଗତ ଫେବୃୟାରୀରେ ଇଟାଲିର ସିଏନାଠାରେ ଚଳିତ ସିଜନରେ ତାଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ସେ ୨.୨୮ ମିଟର ଜମ୍ପ୍‌ କରି ପାରିଥିଲେ। ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ମାନଦଣ୍ଡ (୨.୩୩ ମିଟର)ଠାରୁ ସେ ପଛରେ ରହିଥିଲେ। କରୋନା ଭାଇରସ ମହାମାରୀ ଯୋଗୁ ଟୋକିଓ ଗେମ୍ସ ୨୦୨୧ ଗ୍ରୀଷ୍ମଋତୁକୁ ଘୁଞ୍ଚତ୍ୟାଇଛି। ଝାଙ୍ଗ ଗତବର୍ଷ ଚାଇନିଜ୍‌ ଆଥଲେଟିକ୍ସ ପାଇଁ ଉଦ୍ଦିଷ୍ଟ କଡ଼ା ଆଇନର ଉଲ୍ଲଂଘନ କରି ବ୍ୟବସାୟିକ କାର୍ଯ୍ୟକଳାପରେ ସମ୍ପୃକ୍ତ ହୋଇଥିବାରୁ ମାର୍ଚ୍ଚରେ ସସ୍‌ପେଣ୍ଡ ହୋଇଥିଲେ। ପୁନଶ୍ଚ ବର୍ତ୍ତମାନ ତାଙ୍କର ଖରାପ ଫର୍ମ ଯୋଗୁ ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ ଆଶା କ୍ଷୀଣ ମନେ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri