Posted inଜାତୀୟ

ହାଇଦ୍ରାବାଦ ଏନକାଉଣ୍ଟରକୁ ସମର୍ଥନ କଲେ ଜଗନ ରେଡ୍ଡୀ, କହିଲେ ମୋର ବି ଅଛନ୍ତି ଦୁଇଟି ଝିଅ

ହାଇଦ୍ରାବାଦ,୯।୧୨:ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ ଜଗନ ରେଡ୍ଡୀ ହାଇଦ୍ରାବାଦ ଏନକାଉଣ୍ଟରକୁ ସମର୍ଥନ କରିଛନ୍ତି। ସେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ଏବଂ ପୋଲିସକୁ ପ୍ରଶଂସା କରିଛନ୍ତି। ଆନ୍ଧ୍ର ପଦେଶ ବିଧାନସଭାରେ ଏକ ଚର୍ଚ୍ଚା ଉପରେ ମତ ରଖି ଜଗନ କହିଛନ୍ତି, ମୁଁ ଦୁଇଟି ଝିଅର ପିତା। ମୋର ଏକ ଭଉଣୀ ଏବଂ ସ୍ତ୍ରୀ ଅଛନ୍ତି। ଯଦି ମୋ ଝିଅ ସହ ଏଭଳି ଘଟଣା ଘଟିବ ତେବେ ମୋ ପ୍ରତିକ୍ରିୟା କ’ଣ ହେବ ବୋଲି ସେ ପ୍ରଶ୍ନ କରିଛନ୍ତି। ବଳାତ୍କାର ପାଇଁ ଯେଉଁ ଆଇନ୍‌ ରହିଛି ତାହା ତୁରନ୍ତ ପରିବର୍ତ୍ତନ ହୋଇ ଦୋଷୀକୁ ଖୁବ୍‌ଶୀଘ୍ର ଦଣ୍ଡ ଦିଆଯିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ସୂଚନାଯୋଗ୍ୟ, ହାଇଦ୍ରାବାଦରେ ମହିଳା ଡାକ୍ତରାଣୀଙ୍କୁ ଗଣବଳାତ୍କାର ଅଭିଯୋଗରେ ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କୁ ପୋଲିସ ଡିସେମ୍ବର ୬ରେ ଅଧିକ ତଦନ୍ତ ପାଇଁ ଘଟଣାସ୍ଥଳକୁ ନେଇଥିଲା। ତେବେ ଏହି ସମୟରେ ସେମାନେ ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ସମସ୍ତଙ୍କୁ ଏନକାଉଣ୍ଟର କରିଥିବା କହିଛି। କିଛି ଲୋକ ପୋଲିସର କାର୍ଯ୍ୟକୁ ପ୍ରଶଂସା କରୁଥିବା ବେଳେ ଆଉ କିଛି ଲୋକ ଏହାକୁ ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri