Posted inଜାତୀୟ

ହାଇଦ୍ରାବାଦ ଏନ୍‌କାଉଣ୍ଟର ମାମଲା: ତଦନ୍ତ ଲାଗି ଏସ୍‌ଆଇଟି ଗଠିତ

ହାଇଦ୍ରାବାଦ, ୧୦ା୧୨: ପ୍ରାଣୀ ଚିକିତ୍ସକ ପ୍ରିୟଙ୍କା ରେଡ୍ଡୀ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ତେଲଙ୍ଗାନା ପୋଲିସ ଏନ୍‌କାଉଣ୍ଟର କରି ମାରିବା ଘଟଣାର ତଦନ୍ତ ଲାଗି ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଗଠନ କରିଛନ୍ତି। ଅଭିଯୁକ୍ତଙ୍କ ଉପରେ ପୋଲିସ ଗୁଳିମାଡ଼ର କାରଣ ଓ କେଉଁ ପରିସ୍ଥିତି ପୋଲିସକୁ ଗୁଳି ଚଳାଇବା ଲାଗି ବାଧ୍ୟ କଲା, ସେନେଇ ତଦନ୍ତ ହେବ ବୋଲି ଜଣାପଡ଼ିଛି। ପ୍ରକୃତରେ ଅଭିଯୁକ୍ତମାନେ ବନ୍ଧୁକ ଛଡ଼ାଇ ପୋଲିସ ଉପରକୁ ଗୁଳିମାଡ଼ କରିଛନ୍ତି କି ନାହିଁ, ତା‘ର ମଧ୍ୟ ତଦନ୍ତ ହେବ। ରଚକୋଣ୍ଡା ପୋଲିସ କମିଶନର ମହେଶ୍‌ ଏମ୍‌ ଭଗଓ୍ବତ୍‌ଙ୍କ ନେତୃତ୍ୱରେ ଗଠିତ ୮ଜଣିଆ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଏହାର ଟିକିନିଖି ତଦନ୍ତ କରିବ। ସୁପ୍ରିମକୋର୍ଟଙ୍କ ଗାଇଡ୍‌ଲାଇନ ଅନୁଯାୟୀ ଏହାର ତଦନ୍ତ କରାଯିବ। ତଦନ୍ତ ଶେଷହେବା ପରେ ଏସ୍‌ଆଇଟି ରିପୋର୍ଟ କୋର୍ଟରେ ଦାଖଲ କରିବ।
ଏନ୍‌କାଉଣ୍ଟର ମାମଲାରେ ଜାତୀୟ ମାନବାଧିକାର ସୁରକ୍ଷା କମିଶନ (ଏନ୍‌ଏଚ୍‌ଆର୍‌ସି) ପକ୍ଷରୁ ମଧ୍ୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏହାର ୭ଜଣିଆ କମିଟି ଘଟଣାସ୍ଥଳ ପରିଦର୍ଶନ କରି ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତ ରିପୋର୍ଟ ମିଳିବା ପରେ ଘଟଣାର ସତ୍ୟତା ଲୋକଲୋଚନକୁ ଆସିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri