ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣାକୁ ଆଇନ୍‌ ମନ୍ତ୍ରୀଙ୍କ ସମର୍ଥନ: କହିଲେ ‘ଯାହା ହୋଇଛି ଉଚିତ୍‌ ହୋଇଛି’

ଭୁବନେଶ୍ୱର,୬।୧୨(ବ୍ୟୁରୋ): ନଭେମ୍ବର ୨୭ରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ପୋଲିସ। ଶୁକ୍ରବାର ଏହି ଘଟଣା ଜଣାପଡ଼ିବା ପରେ ସାଧାରଣ ଜନତାଙ୍କ ସହ ବହୁ ବ୍ୟକ୍ତି ଏଭଳି କାର୍ଯ୍ୟକୁ ପ୍ରଶଂସା କରାଯାଉଥିବା ବେଳେ କିଛି ଏହାକୁ ବିରୋଧ କରୁଛନ୍ତି। ଏହି କ୍ରମରେ ରାଜ୍ୟ ଆଇନ ମନ୍ତ୍ରୀ ପ୍ରତାପ ଜେନା ଏହାକୁ ସମର୍ଥନ କରିଛନ୍ତି।

ମନ୍ତ୍ରୀ ଜେନା କହିଛନ୍ତି, ସେମାନେ ବହୁତ ବଡ଼ ଦୋଷୀ। ତେଣୁ କଠୋର ଦଣ୍ଡ ମିଳିବାର ଥିଲା। ଏ ନେଇ ମାନବାଧିକାର କମିଶନ କ’ଣ କହିବେ ମୁଁ ଜାଣେନାହିଁ। ଅନ୍ୟ ଦେଶରେ ଏଭଳି ଅପରାଧ ପ୍ରତି କଠୋର ଦଣ୍ଡବିଧାନ ରହିଛି। କେଉଁଠି ଗୁଳି କରାଯାଉଛି ତ କେଉଁଠି ମୁଣ୍ଡ କାଟି ଦିଆଯାଉଛି। ଆମ ଦେଶରେ ମଧ୍ୟ କଠୋର ଆଇନ ହେବା ଉଚିତ। କେବଳ କୋର୍ଟ ଉପରେ ନିର୍ଭର କରି ଦିନ ଗଡ଼ାଇବା ଅପେକ୍ଷା ମୁଁ ଭାବୁଛି ସେମାନଙ୍କୁ କଠୋର ଦଣ୍ଡ ମିଳିବା ଦରକାର ଥିଲା। ମୁଁ ଭାବୁଛି ହାଇଦ୍ରାବାଦରେ ଯାହା ହୋଇଛି ଉଚିତ ହୋଇଛି। ଉଚିତ ପଦକ୍ଷେପ ନିଆଯାଇଛି। ସେମାନଙ୍କୁ ଦଣ୍ଡ ମିଳିଛି ବୋଲି ମଧ୍ୟ ମନ୍ତ୍ରୀ କହିଛନ୍ତି।

ପ୍ରକାଶଯୋଗ୍ୟ, ଗୁରୁବାର ରାତିରେ ଉକ୍ତ ୪ ଅଭିଯୁକ୍ତ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତାଙ୍କୁ ଘଟଣାସ୍ଥଳକୁ ନିଆଯାଇଥିଲା। ସେଠାରୁ ସେମାନେ ଫେରାର ହେବାକୁ ଉଦ୍ୟମ କରିବା ବେଳେ ପୋଲିସ ସେମାନଙ୍କୁ ଧରିବା ପାଇଁ ଗୁଳି ଚଳାଇଥିଲା। ଏଥିରେ ସେମାନଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri