ହାଇଦ୍ରାବାଦରେ ମୃତ୍ୟୁ, ହିଞ୍ଜିଳିରେ ହତ୍ୟା ମାମଲା: ସ୍ବାମୀ ଗିରଫ

ହିଞ୍ଜିଳିକାଟୁ,୨୧ା୫(ଡି.ଏନ୍‌.ଏ): ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ହିଞ୍ଜିଳି ଥାନା ପୋଲିସ ମଙ୍ଗଳବାର ଆଙ୍କୋରଡା ଗ୍ରାମର ପ୍ରଶାନ୍ତ ସ୍ବାଇଁଙ୍କୁ ଗିରଫ କରିଛି। ହତ୍ୟାର ଶିକାର ହୋଇଛନ୍ତି ମଧୁମିତା। ଏନେଇ ମଧୁମିତାଙ୍କ ବାପା ପାଟପୁର ଥାନା ଗମ୍ଭାରୀଗୁଡାର ଡାକ୍ତର ଜେନା ଗତ ୧୫ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୨୫/୧୯ରେ ଯୌତୁକ ଜନିତ ହତ୍ୟା ମାମଲା ରୁଜୁ କରିଥିବା ଆଇଆଇସି ଅଭିମନ୍ୟୁ ଦାଶ ଜଣାଇଛନ୍ତି।
ପ୍ରକାଶ ଥାଉ କି, ଗତ ୧୩ରେ ପ୍ରଶାନ୍ତ ସ୍ତ୍ରୀ ମଧୁମିତାଙ୍କୁ ଶଶୁର ଘର ଗମ୍ଭାରୀଗୁଡାରୁ ନେଇ ହାଇଦ୍ରାବାଦ ଯାଇଥିଲେ। ୧୪ତାରିଖରେ ସେମାନେ ହାଇଦ୍ରାବାଦର ରାମୋଜୀ ଫିଲ୍ମ ସିଟି ବୁଲି ରାତିରେ ରହୁଥିବା ଲଜ୍‌କୁ ଫେରିଥିଲେ। ଏନେଇ ରାତି ୯ଟାରେ ମଧୁମିତା ବାପଘରକୁ ଫୋନ କରି ଜଣାଇଥିଲେ। ତେବେ ରାତି ପ୍ରାୟ ୧୧ରେ ମଧୁମିତାଙ୍କ ମୃତ୍ୟୁ ହୋଇଥିବା ପ୍ରଶାନ୍ତ ଶଶୁର ଘରକୁ ଫୋନ କରି ଜଣାଇଥିଲେ। ପ୍ରଶାନ୍ତ ତାଙ୍କ ଝିଅ ମଧୁମିତାଙ୍କୁ ଷଡଯନ୍ତ୍ର କରି ଯୌତୁକ ପାଇଁ ହତ୍ୟା କରିଥିବା ଡାକ୍ଟର ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ହିଞ୍ଜିଳି ପୋଲିସର ଏକ ଟିମ ହାଇଦ୍ରାବାଦ ଯାଇ ମଧୁମିତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ବାପଘର ପରିବାରକୁ ହସ୍ତାନ୍ତର କରିଥିଲା। ସେଠାରୁ ପ୍ରଶାନ୍ତଙ୍କୁ ହେପାଜତକୁ ନେଇ ତଦନ୍ତ ଚଳାିଥିଲା। ପୋଲିସ ପ୍ରଶାନ୍ତଙ୍କ ଘରୁ ବିଭିନ୍ନ ଯୌତୁକ ସାମଗ୍ରୀ ଜବତ କରିଛି। ମଙ୍ଗଳବାର ପ୍ରଶାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଅନ୍ୟ ପକ୍ଷରେ ମଧୁମିତାଙ୍କ ମୃତ୍ୟୁ ନେଇ ହାଇଦ୍ରାବାଦର ଅଫଜଲଗଞ୍ଜ ଥାନାରେ ମଧ୍ୟ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସତ୍ୟାସତ୍ୟ ଜଣା ପଡିବ ବୋଲି ଆଇଆଇସି ଦାଶ କହିଛନ୍ତି।
ସୂଚନାଯୋଗ୍ୟ ଯେ, ମଧୁମିତାଙ୍କ ସହ ପ୍ରଶାନ୍ତଙ୍କ ବିବାହ ୨୦୧୩ ମେ’୨୯ରେ ହୋଇଥିଲା। ଶ୍ୱଶୁର ଘର ଲୋକେ ଯୌତୁକ ନିର୍ଯାତନା ଦେଉଥିବା ଅଭିଯୋଗ କରି ସେ ବହୁ ସମୟରେ ବାପ ଘର ଗମ୍ଭାରୀଗୁଡାରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri