Posted inଜାତୀୟ

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର: ଏସ୍‌ଆଇଟି ଗଠନ ପାଇଁ ସୁପ୍ରିମ୍‌କୋର୍ଟରେ ଆବେଦନ; ଜୟା ବଚ୍ଚନ ଏବଂ ସ୍ବାତୀ ମାଲିଓ୍ବାଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ସପକ୍ଷରେ ମତାମତ ଦେଇଥିବା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନ ଏବଂ ଦିଲ୍ଲୀ ମହିଳା କମିଶନ ମୁଖ୍ୟ ସ୍ବାତୀ ମାଲିଓ୍ବାଲଙ୍କ ପାଇଁ ଏବେ ସମସ୍ୟା ସୃଷ୍ଟି ହୋଇଛି। ସେମାନଙ୍କ ବିରୋଧରେ ସୁପ୍ରିମ୍‌କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି। ସେମାନେ ବିଚାର ପୂର୍ବରୁ ହତ୍ୟା ଘଟଣାକୁ ପ୍ରୋତ୍ସାହିତ କରୁଥିବା ଦର୍ଶାଇ ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ଏକ ଆବେଦନ ଦାଖଲ କରିଛନ୍ତି। ଏହା ସହିତ ଘଟଣାର ଯାଞ୍ଚ୍‌ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଦଳ(ଏସ୍‌ଆଇଟି) ଗଠନ ଲାଗି ସେ ସୁପ୍ରିମ୍‌କୋର୍ଟଙ୍କୁ ଅନୁରୋଧ କରିଛନ୍ତି। ଅଭିଯୁକ୍ତଙ୍କ ଦୋଷ ସାବ୍ୟସ୍ତ ନ ହେବା ପର୍ଯ୍ୟନ୍ତ ଗଣମାଧ୍ୟମରେ ଏନେଇ ଆଲୋଚନା ନ କରାଯିବା ଲାଗି ନିର୍ଦ୍ଦେଶ ଦେବାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri