Posted inଜାତୀୟ

ହାଇଦ୍ରାବାଦ୍‌ ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କ ସ୍ତ୍ରୀ ଏବେ ୭ ମାସର ଗର୍ଭବତୀ, ୮ ମାସ ପୂର୍ବରୁ କରିଥିଲେ ବିବାହ

ହାଇଦ୍ରାବାଦ,୪।୧୨: ହାଇଦ୍ରାବାଦରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାର ବହ୍ନି ଏବେ ସାରା ଦେଶରେ ଦେଖିବାକୁ ମିଳିଛି। ଗିରଫ ୪ ଅଭିଯୁକ୍ତଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ଓ ନ୍ୟାୟ ଦାବିରେ ଦିଲ୍ଲୀଠାରୁ ପଲ୍ଲୀ ଯାଏ ବିକ୍ଷୋଭ ଦେଖିବାକୁ ମିଳିଛି। ଏହି ୪ ଅଭିଯୁକ୍ତଙ୍କ ମଧ୍ୟରୁ ଚିନ୍ତାକୁନ୍ତା ଚେନ୍ନାମେଶାବୁଲୁ ଅନ୍ୟତମ। ସେ ହାଇଦ୍ରାବାଦର ଚେରେଲ୍ଲା ପଲ୍ଲୀରେ ଜେଲରେ ଅଛନ୍ତି। ତାଙ୍କ ଘର ହାଇଦ୍ରାବାଦଠାରୁ ୧୬୦ କିମି ଦୂରରେ ଥିବା ଏକ ଗ୍ରାମରେ। ୮ ମାସ ପୂର୍ବରୁ ଚିନ୍ତାକୁନ୍ତା ପ୍ରେମ ବିବାହ କରିଥିଲେ। ତାଙ୍କ ସ୍ତ୍ରୀ ଏବେ ୭ ମାସର ଗର୍ଭବତୀ। ସ୍ବାମୀ ଏଭଳି ଅମାନବିକ କାର୍ଯ୍ୟରେ ସେ ସମ୍ପୂର୍ଣ୍ଣ ଭାଙ୍ଗିପଡିଛନ୍ତି। ଜଣେ ମହିଳା ଭାବେ ଏହି ମୋତେ ବହୁତ ଆଘାତ ଦେଇଛି। ଜାଣିନି ଆଗକୁ କ’ଣ ହେବ। ଚିନ୍ତାକୁନ୍ତାଙ୍କୁ ବିବାହ କରିବାକୁ ମୋ ପରିବାର ଲୋକେ ପ୍ରଥମେ ରାଜି ନ ଥିଲେ। ପରେ ସେମାନେ ରାଜି ହୋଇଥିଲେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ନଭେମ୍ବର ୨୭ରେ ହାଇଦ୍ରାବାଦର ଭେଟେରିନାରୀ ମହିଳା ଡାକ୍ତରଙ୍କୁ ସାହାଯ୍ୟ କରିବା ବାହାନାରେ ୪ ଜଣ ଯୁବକ ଅତ୍ୟନ୍ତ ଭୟଙ୍କର ଢଙ୍ଗରେ ଗଣବଳାତ୍କାର ପରେ ପୋଡି ମାରି ଦେଇଥିଲେ। ପୋଲିସ ଘଟଣାର ୪୮ ଘଣ୍ଟା ମଧ୍ୟରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?