ହାଇୱା – ଟ୍ରକ ମୁହାଁମୁହିଁ ଧକ୍କା: ୩ ଗୁରୁତର

କୁତ୍ରା, ୨୨।୮ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୁତ୍ରା ଦେଇ ଯାଇଥିବା ୧୦ନଂ. ରାଜ୍ୟ ରାଜପଥର କୁତ୍ରା ଥାନା ପାଖରେ ଗୁରୁବାର ଦୁର୍ଘଟଣା ଘଟିଛି। ଭୁଲ ପାର୍ଶ୍ୱରେ ଆସୁଥିବା ଏକ ହାଇୱା ନଂ. ଓଡି ୧୪ ସି- ୬୯୯୧ ସହ ଏକ ଟ୍ରକ ନଂ. ଓଡି ୧୬ ସି- ୨୫୯୨ର ମୁହାଁମୁହିଁ ଧକ୍କା ଦେବା ଫଳରେ ୩ଜଣ ଗୁରୁତର ହୋଇଛନ୍ତି। ଅପରାହ୍ନ ୩ଟାରେ ଏକ ସ୍ଲାପ ବୋଝେଇ ହାଇୱା କୁତ୍ରାରୁ କନ୍ଦେଇମୁଣ୍ଡାଠାରେ ଥିବା ଏକ ସିମେଣ୍ଟ କାରଖାନାକୁ ଯାଉଥିଲା। ଉକ୍ତ ହାଇୱା କୁତ୍ରାରୁ ଠିକ୍‌ ସାଇଡରେ ନ ଯାଇ ଭୁଲ ସାଇଡରେ ଦ୍ରୁତଗତିରେ ଯାଉଥିଲା। ଫଳରେ ସୁନ୍ଦରଗଡରୁ ରାଉରକେଲା ପଟକୁ ଯାଉଥିବା ଏକ ଟ୍ରକକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଉଭୟ ଗାଡିର ଡ୍ରାଇଭର ଓ କ୍ଲିନର ଗାଡି ଭିତରେ ଚାପି ହୋଇ ରହିଯାଇଥିଲେ। ଅଗ୍ନିଶମ କର୍ମଚାରୀ, ପୋଲିସ ପହଞ୍ଚି ଜେସିବି ମେଶିନ ସାହାର୍ଯ୍ୟରେ ଦୁଇ ଘଣ୍ଟା ପ୍ରୟାସ ପରେ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ରାଉରକେଲା ଡାକ୍ତରଖାନାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri