ହାଜତରେ ମଦ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:୫ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୨୦।୯ (ସ୍ବ.ପ୍ର):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ହାଜତରେ ମଦ ବ୍ୟବସାୟୀ ସୁଶାନ୍ତ ବେହେରାଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ସୁଶାନ୍ତ ଚୋରା ମଦ କାରବାର କରୁଥିବା ଅଭିଯୋଗରେ ପୋଲିସ ବୁଧବାର ତାଙ୍କୁ ଘରୁ ଉଠାଇ ଆଣିଥିଲା। ମାତ୍ର ଥାନା ହାଜତରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁଶାନ୍ତଙ୍କ ସ୍ତ୍ରୀ ଚିନ୍ମୟୀ ଏ ନେଇ ପଟ୍ଟାମୁଣ୍ଡାଇ ଏସ୍‌ଡିପିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ୩୦୨/୧୯ ନଂ.ରେ ଏକ ମାମଲା ରୁଜୁ ହୋଇଛି। ତେବେ ଏହି ଘଟଣା ପ୍ରତିବାଦରେ ବୁଧବାର ସନ୍ଧ୍ୟାରୁ ଗ୍ରାମବାସୀ ଥାନା ଘେରାଉ ସହ ଧାରଣା ଦେଇଥିବା ବେଳେ ରାତି ପ୍ରାୟ ୧ଟା ପର୍ଯ୍ୟନ୍ତ ଏହା ଚାଲିଥିଲା। ଏଣୁ ରାତି ୧ଟା ବେଳେ କେନ୍ଦ୍ରାପଡ଼ା ଜିଲାପାଳ ବର୍ମା ଘଟଣାସ୍ଥଳରେ ପହଞ୍ଚତ୍ ସୁଶାନ୍ତଙ୍କ ଧାରଣାକାରୀଙ୍କୁ ବୁଝାଶୁଝା କରିଥିଲେ। ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ମୃତକଙ୍କ ପରିବାରକୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ଜିଲାପାଳପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଅପରପକ୍ଷେ ମଙ୍ଗଳାବାଗ ପୋଲିସ ଓ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ କଟକ ବଡ଼ ମେଡିକାଲରେ ସୁଶାନ୍ତଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଏହି ସମୟର ଭିଡିଓ ରେକଡିଂ ମଧ୍ୟ କରାଯାଇଥିବା ଜଣାପଡ଼ିଛି। ସାନଭାଇ ପ୍ରଶାନ୍ତଙ୍କୁ ମୃତଦେହ ହସ୍ତାନ୍ତର କରାଯିବା ପରେ ପୁରୀ ସ୍ବର୍ଗଦ୍ୱାରଠାରେ ସୁଶାନ୍ତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏ ନେଇ ଏନ୍‌ଏଚ୍‌ଆର୍‌ସିରେ (ନଂ- ୧୧୪୧୪/ଆଇଏନ/୨୦୧୯)ରେ ଏକ ମାମଲା ରୁଜୁ ହୋଇଛି। ସୂଚନାଥାଉ କି, ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ସୁଶାନ୍ତଙ୍କ ବାପା ନିତ୍ୟାନନ୍ଦଙ୍କୁ ନେଇ କଟକ ମେଡିକାଲକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର…

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri