Posted inଫୁରସତ

ହାତ ଦୁଇଟି ନାହିଁ, ଟ୍ରାକ୍ଟର ଚଳାଇବାଠାରୁ ଆରମ୍ଭ କରି କ୍ଷେତବାଡି ବୁଝୁଛନ୍ତି ଏହି ବ୍ୟକ୍ତି

ମନରେ ଦୃଢ଼ ବିଶ୍ୱାସ ଏବଂ ଆତ୍ମବଳ ଥିଲେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ କେହି ବି ରୋକିପାରିବେ ନାହିଁ। ଏହି ଉକ୍ତିକୁ ସତ କରି ଦେଖାଇଛନ୍ତି ଉତ୍ତରପ୍ରଦେଶ କୁଶୀନଗରର ନୀରଜ ରାୟ। ଜନ୍ମରୁ ତାଙ୍କର ଦୁଇ ହାତ ନାହିଁ। କିନ୍ତୁ ଏହି ଦିବ୍ୟାଙ୍ଗପଣ କେବେ ତାଙ୍କୁ ଦୁର୍ବଳ କରିପାରି ନାହିଁ। ହାତ ନଥିଲେ କ’ଣ ହେଲା, ମନରେ ସାହାସ, ଧୈର୍ଯ୍ୟ ଏବଂ ଦୃଢ଼ ଇଚ୍ଛାଶକ୍ତି ତ ଅଛି। ହାତ ନଥାଇ ବି ଆଜି ସେ ଟ୍ରାକ୍ଟର ଚଳାଇ ନିଜର ଏକ ଅଜବ ଟ୍ୟାଲେଣ୍ଟ୍‌ର ପରାକାଷ୍ଠା ଦେଖାଇପାରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ସୁପର୍‌ହିରୋ ଭାବେ ସେ ପରିଚିତ। ଦିବ୍ୟାଙ୍ଗ ଯୋଗୁ ଯେଉଁଠି ଅନ୍ୟମାନେ ନିଜ ଭାଗ୍ୟକୁ ଦୋଷ ଦେବାରେ ଲାଗିଛନ୍ତି, ସେଠାରେ ନୀରଜ ପ୍ରେରଣାର ଉତ୍ସ ପାଲଟିଛନ୍ତି। ଟ୍ରାକ୍ଟର ଚଳାଇ କ୍ଷେତବାଡ଼ି କଥା ବୁଝିବା ସହ ସେ ଆହୁରି ଅନେକ କାମ କରିବାରେ ଧୁରନ୍ଧର, ଯାହାକୁ ଲୋକଙ୍କ ପକ୍ଷରେ ବିନା ହାତରେ କରିବା ଅସମ୍ଭବ। ନିଜର ଦୈନନ୍ଦିନ ଜୀବନର ବିଭିନ୍ନ ଛୋଟବଡ଼ କାମଠୁ ନେଇ ଲୋକଙ୍କୁ ସାହାଯ୍ୟ କରିବା ପର୍ଯ୍ୟନ୍ତ ସବୁକାମ ସେ ଗୋଡ଼ରେ ହଁି କରିଥାନ୍ତି। ନୀରଜଙ୍କ ସାହସ ଦେଖିଲେ ଲାଗେ ବିନା ହାତରେ ବି ସେ ଦୁନିଆର ବିଭିନ୍ନ ଚ୍ୟାଲେଞ୍ଜ୍‌ ସହ ଲଢ଼େଇ କରିବାରେ ସମର୍ଥ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri