Posted inଜାତୀୟ

ହାତରୁ ଗଲା ମୁଖ୍ୟମନ୍ତ୍ରୀ ପଦ, ଏବେ ଘର ଛାଡିଲେ ଦେବେନ୍ଦ୍ର-ଅମୃତା

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶେଷରେ ଶିବସେନା, ଏନସିପି ମିଳିତ ଭାବେ ସରକାର ଗଢିଛନ୍ତି। ଉଦ୍ଧବ ଠାକ୍‌ରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନାଟକୀୟ ଢଙ୍ଗରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାର ୩ ଦିନ ୮ ଘଣ୍ଟା ପରେ ନିଜ ପଦରୁ ଇସ୍ତଫା ଦେଇଥିବା ଦେବେନ୍ଦ୍ର ଫଡନଭିସ୍‌ ମୁମ୍ବାଇସ୍ଥିତ ମୁଖ୍ୟମନ୍ତ୍ରୀ ନିବାସ ‘ବର୍ଷା’କୁ ଖାଲି କରିଛନ୍ତି। ଏବେ ସମସ୍ତ ଜିନିଷପତ୍ର ଖାଲି କରାଯାଉଛି। ଫଡ୍‌ନବିସ୍‌ ଇସ୍ତଫା ଦେବା ପରେ ତାଙ୍କ ସ୍ତ୍ରୀ ଅମୃତା ଫଡ୍‌ନଭିସ ଏକ ଭାବପ୍ରବଣ ଟୁଇଟ କରିଥିତ୍ଲେ। ସେ ଟୁଇଟରେ ଏକ ଗଜଲ ପଂକ୍ତି ଲେଖି କହିଥିଲେ, ପଲଟ କେ ଆଉଙ୍ଗି ଶାଖୋଁ ପେ ଖୁସବୁଏଁ ଲେକର.. ଖିଜାଁ କି ଜଡ ମେ ହୁଁ ମୌସମ ଜରା ବଦଲେ ନେ ଦୋ..। ଧନ୍ୟବାଦ ମହାରାଷ୍ଟ୍ର, ଅଭୁଲା ପାଞ୍ଚବର୍ଷ ଆପଣମାନେ ମୋତେ ଯେଉଁ ଭଲ ପାଇବା ଦେଇଛନ୍ତି ତାହା ସବୁବେଳେ ମନେ ପଡିବ। ମୁଁ ମୋ ଯୋଗ୍ୟତା ହିସାବରେ କାମ କରିବାକୁ ଚେଷ୍ଟା କରିଛି। ଏହି ସମୟ ମଧ୍ୟରେ ରାଜ୍ୟରେ ଏକ ସକରାତ୍ମକ ପରିବର୍ତ୍ତନ ଆଣିବାକୁ ମୋର ଇଚ୍ଛା ଥିଲା। ଫଡନବିସ୍‌ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ଦେବା ପରେ ଅମୃତା ଏହି ଟୁଇଟ୍‌ କରିଥିଲେ। ସୂଚନାଯୋଗ୍ୟ,ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ୭୯ ଘଣ୍ଟା ପରେ ଉଭୟ ଦେବେନ୍ଦ୍ର ଫଡନ୍‌ବିସ ଏବଂ ଅଜିତ ପାଓ୍ବାର ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri