ହାତୀ ଆକ୍ରମଣରେ ପ୍ରାଣ ଗଲା

ତାଳଚେର,୨୧ା୬(ନି.ପ୍ର.) : ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦) ଗୁରୁବାରଠାରୁ ନିଖୋଜ ଥଇବାବେଳେ ଶୁକ୍ରବାର ସକାଳେ ତାଙ୍କ ମୃତଦେହକୁ ଶୁକ୍ରବାର ଗ୍ରାମବାସୀ ଜଙ୍ଗଲରୁ ଖୋଜି ପାଇଛନ୍ତି। ଗ୍ରାମ ନିକଟ ଜଙ୍ଗଲରେ ତାଙ୍କୁ ହାତୀ ଆକ୍ରମଣ କରିବାରୁ ତାଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ପୋଲିସ ଓ ବନବିଭାଗ କର୍ମଚାରୀ ପହଞ୍ଚିଛନ୍ତ। ସେହିପରି ଗୁରୁବାର ଗ୍ରାମର ଦେବରାଜ ସାମଲଙ୍କ ହାତୀ ଆକ୍ରମଣରେ ପ୍ରାଣ ହାନି ଘଟିଥିବା ଅଭିଯୋଗ ହୋଇଥିଲା । ଗୋଟିଏ ଦିନରେ ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଦେବରାଜଙ୍କୁ ହାତୀ ଆକ୍ରମଣ ପରେ ଚିକିତ୍ସା ନିମନ୍ତେ ତାଳଚେର ଉପଖଣ୍ଡ ହସପିଟାଲ ନିଆଯାଇଥିବା ବେଳେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୋଟିଏ ଦିନରେ ହାତୀ ଆକ୍ରମଣରେ ଗ୍ରାମର ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଙ୍ଗଲ ବିଭାଗର ଦାୟିତ୍ୱହୀନତାଓ ଉଦାସୀନତାକୁ ଗ୍ରାମବସୀ ଦାୟୀ କରିଛନ୍ତି। ସ୍ଥାନୀୟ ଗ୍ରାମବାସୀଙ୍କ ସୂତ୍ରରୁ ପ୍ରକାଶ ଯେ, ହାତୀ ତିନି ଚାରି ଦିନ ହେବ ଗ୍ରାମ ନିକଟରେ ବୁଲାବୁଲି କରୁଥିଲେ ମଧ୍ୟ ଜଙ୍ଗଲ ବିଭାଗର କର୍ମଚାରୀଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?