ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

ଠାକୁରମୁଣ୍ଡା,୭ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଯଶିପୁର ବ୍ଲକ ଅନ୍ତର୍ଗତ ଧୁଧିଆଣି ରେଞ୍ଜ ରୁଗୁଡି ଗ୍ରାମପଞ୍ଚାୟତ ଖଣ୍ଡବନ୍ଧ ଗ୍ରାମର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରୂପା ଚାତାର। ଶୋଇଥିତ୍ବା ବେଳେ ହାତୀପଲ ଘର ଭାଙ୍ଗି ଦେବାରୁ କାନ୍ଥ ତଳେ ଚାପି ହୋଇ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସେହି ଘରେ ଶୋଇଥିବା ତାଙ୍କ ପୁଅ ହାତୀ ଆକ୍ରମଣ ଦେଖି ଦୌଡି ପଳାଇ ଯିବାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।
କରଞ୍ଜିଆ ବନଖଣ୍ଡ ଅନ୍ତର୍ଗତ ରରୁଆଁ, ଶୁକୃଳି ଓ ଯଶୀପୁର ଆଦି ୩ଟି ବ୍ଲକ ଅଞ୍ଚଳରେ ଗତ ସପ୍ତାହେ ହେଲା ହାତୀ ଆତଙ୍କ ଦେଖାଦେଇଛି। ରରୁଆଁ ବ୍ଲକ ଅନ୍ତର୍ଗତ ଯାମୁତି, ଟାକୁଳିପାଳ, ଶୁକୃଳି ବ୍ଲକର ଜେଠମା, ନାଏକସାହି ଓ ଯଶୀପୁର ବ୍ଲକ ଅଧୀନ କୁଦରସାହି, ମଣଦା ପ୍ରଭୃତି ଗ୍ରାମରେ ୨୨ଟି ହାତୀ ଉତ୍ପାତ ଚଳାଇ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗି ଦେଇଛନ୍ତି। ଅଞ୍ଚଳରେ ବ୍ୟାପକ ଧାନ ଓ ପରିବା ଫସଲ ନଷ୍ଟ ହୋଇଛି। ହାତୀପଲଙ୍କୁ ଘଉଡାଇବା ପାଇଁ ବନବିଭାଗର ସମସ୍ତ ପଦକ୍ଷେପ ଫେଲ୍‌ ମାରୁଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri