ହାତୀ ଆକ୍ରମଣରେ ୩ ଗୁରୁତର

ବନ୍ତଳା,୬।୯(ଡି.ଏନ.ଏ.): ଅନୁଗୋଳ ରେଞ୍ଜ କରତପଟା ବିଟ୍‌ ଅଧୀନ କଇରିଆମ୍ବ ଗ୍ରାମରେ ଗୁରୁବାର ସକାଳେ ଏକ ଦନ୍ତା ହାତୀ ଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ପ୍ରଶ୍ନ ସାହୁ(୬୦) ତାଙ୍କ ସ୍ତ୍ରୀ କିରଣ ସାହୁ(୫୨) ସାନ ଝିଅ ଯଶୋଦା ସାହୁ (୨୦)। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାରୁ ଜଣାପଡିଛି, ପ୍ରଶ୍ନଙ୍କ ବଡ଼ ଝିଅ ଚୁମୁକି ସାହୁ(୨୫) ନିକଟସ୍ଥ ପଡିଆକୁ ଶୌଚ ପାଇଁ ଯାଇଥିବାବେଳେ ଏକ ଦନ୍ତା ତାଙ୍କୁ ଆକ୍ରମଣ ଉଦ୍ୟମ କରିଥିଲା। ଚୁମୁକି ପାଟି କରି ଦୌଡୁଥିବା ସମୟରେ ପାଟି ଶୁଣି ପ୍ରଶ୍ନ, କିରଣ ଓ ଯଶୋଦା ଘରୁ ବାହାରି ଆସିଥିଲେ। ସେହି ସମୟରେ ଦନ୍ତାଟି ଏହି ୩ ଜଣଙ୍କୁ ଆକ୍ରମଣ କରିବା ସହ ପ୍ରଶ୍ନଙ୍କ ଘର ଭାଙ୍ଗି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri