ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ ରାତିରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳପୁର ହାତୀ ବ୍ୟାରେଜର ୫ଟି ଗେଟରୁ ବର୍ତ୍ତମାନ ମିନିଟ ପିଛା ୧୩୪ କ୍ୟୁମେକ୍ସ ପାଣି ହାତୀନଦୀରେ ପ୍ରବେଶ କରୁଛି। ହାତୀନଦୀରେ ୨୦୯.୫୭ ମିଟର ପାଣି ପ୍ରବାହିତ ହେବା ବିପଦ ସଙ୍କୁଳ ରହିଥିବାବେଳେ ଗୁରୁବାର ସନ୍ଧା ୬ଟା ସୁଦ୍ଧା ଜୁନାଗଡ ସହର ପାଖ ହାତୀନଦୀରେ ୨୦୮.୭୩ ମିଟର ପାଣି ପ୍ରବାହିତ ହେଉଛି। ସେହିପରି ବର୍ତ୍ତମାନ ମୁଖୀଗୁଡାସ୍ଥିତ ଇନ୍ଦ୍ରାବତୀରେ ବିଦ୍ୟୁତ୍‌ ଉପତ୍ାଦନ ମଧ୍ୟ ବନ୍ଦ ରହିଥିବା ଜଣାପଡିଛି। ହାତୀନଦୀରେ ବଢି ଆସିବା ଯୋଗୁ ଜୁନାଗଡ ବ୍ଲକର ୫୫୩୨ ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି। ସେହିପରି ୩୧୨ ହେକ୍ଟର ଚାଷ ବିହୀନ ଜମି ଜଳ ମଗ୍ନ ହୋଇଥିବା କୃଷି ବିଭାଗ ପକ୍ଷରୁ ଜଣାପଡିଛି। ହାତୀନଦୀ ବନ୍ୟାରେ ଜୁନାଗଡ ବ୍ଲକର ୭୫ ହଜାର ଲୋକ ପ୍ରଭାଭିତ ହୋଇଥିବା ତହସିଲ ପକ୍ଷରୁ ସୂଚନା ମିଳିଛି।
କେନ୍ଦୁପାଟି ପଞ୍ଚାୟତ ମାକରଶୋଲାଠାରେ ତେଲନଦୀରେ ୨୦୮ ମିଟର ପାଣି ପ୍ରବାହିତ ହେଉଛି। ଏଠାରେ ବିପଦ ସଙ୍କୁଳ ରହିଥିବାବେଳେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୨୦୭.୧୫ ମିଟର ପାଣି ପ୍ରବାହିତ ହେଉଛି। ସେହିପରି ବ୍ଲକର ଗୌଡଛେଣ୍ଡିଆ ପଞ୍ଚାୟତ କଛାରପଡା ବାହ୍ୟଜଗରୁ ବିଚ୍ଛିନ୍ନ ହୋଇଛି। ଲଗାଣ ବର୍ଷା ଯୋଗୁ ଗତ ୨ ଦିନରେ ଜୁନାଗଡ ତହସିଲର ୨୨ଟି ଘର ଭାଙ୍ଗିଥିବା ଜଣାପଡିଛି। ମଙ୍ଗଳବାର ପ୍ରବଳ ବର୍ଷାରେୁ ଜୁନାଗଡ ସହର ତଳିଆଅଞ୍ଚଳ ଫତେନଗରପଡା ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ଚାଲିଥିଲା। ଏଠାରେ ଡ୍ରେନଜ ବ୍ୟବସ୍ଥା ଠିକ ନ ଥିବାରୁ ଏହି ପରିସ୍ଥିତି ସୃଷ୍ଟି ହୋଇଥିଲା। ବୁଧବାର କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ, ଜୁନାଗଡ ତହସିଲଦାର ଉପେନ୍ଦ୍ର ଲୁହା ସମେତ ବିଭାଗୀୟ ଯନ୍ତ୍ରୀମାନେ ଅନୁଧ୍ୟାନ କରିବାକୁ ଫତେନଗର ପଡାକୁ ଆସିଥିଲେ। ବର୍ଷା ପାଣି ଠିକ ଭାବେ ଡ୍ରେନରେ ଯାଇପାରିବ ସେ ନେଇ ଜିଲାପାଳ ଯନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ଏହାସହ ଡ୍ରେନଗୁଡିକର ପୁନରୁଦ୍ଧାର କରିବା ପାଇଁ ଜିଲାପାଳ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri