ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି ପରେ ନିର୍ଦ୍ଧାରିତ ସମୟରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରାପହଁରା କରିଛନ୍ତି। ଏହା ପରେ ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହୋଇଛି॥ ସ୍ନାନମଣ୍ଡପରେ ୧୦୮ ଗଡ଼ୁ ମନ୍ତ୍ରୀତ ଜଳରେ ଚତୁର୍ଦ୍ଧାବିଗ୍ରହ ସ୍ନାନ କରିଛନ୍ତି। ଏହି ସ୍ନାନ ପରେ ମହାପ୍ରଭୁଙ୍କ ଦୁର୍ଲଭ ହାତୀ(ଗଜାନନ) ବେଶ ଅନୁଷ୍ଠିତ ହୋଇଛି। ଦାରୁ ବିଗ୍ରହଙ୍କ ଏହି ବେଶକୁ ନେଇ ଏକ କିମ୍ବଦନନ୍ତୀ ରହିଛି।
କିମ୍ବଦନ୍ତୀ ଅନୁଯାୟୀ, ଦାକ୍ଷିଣାତ୍ୟର ଗଣପତି ଭଟ୍ଟ ନାମକ ଗଣେଶ ଭକ୍ତ ସ୍ନାନପୂର୍ଣ୍ଣିମା ଦିନ ଶ୍ରୀକ୍ଷେତ୍ରକୁ ଆସିଥିଲେ। ସେ ଗଣପତିଙ୍କ ବ୍ୟତୀତ ଅନ୍ୟ କୌଣସି ଦେବତାଙ୍କୁ ଉପାସନା କରୁ ନ ଥିଲେ। ସେ ଗଣେଶକୁ ହିଁ ପରଂବ୍ରହ୍ମ ବୋଲି ବିଶ୍ୱାସ କରୁଥିଲେ। ଜ୍ୟେଷ୍ଠ ପୂର୍ଣ୍ଣିମାରେ ସ୍ନାନବେଦିରେ ସେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ। କିନ୍ତୁ ଗଣପତିଙ୍କୁ ନ ପାଇ ଅଭିମାନରେ ଫେରି ଯାଉଥିଲେ। ଭକ୍ତର ମନକଥା ଜାଣି ମୁଦିରସ୍ତଙ୍କୁ ମହାପ୍ରଭୁ ସ୍ବପ୍ନାଦେଶ କଲେ। ଅଧା ରାସ୍ତାରୁ ଭଟ୍ଟଙ୍କୁ ଫେରାଇ ଆଣବା ସହିତ ପୁନଃଦର୍ଶନ ନିମନ୍ତେ ମୁଦିରସ୍ତଙ୍କୁ ସ୍ବପ୍ନରେ କହିଲେ। ଗଣପତି ଫେରିଆସି ସ୍ନାନବେଦିରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ। ଦର୍ଶନ ବେଳେ ମହାପ୍ରଭୁ ଗଣେଶ ରୂପରେ ପ୍ରତୀୟମାନ ହୋଇଥିଲେ। ସେହି ସ୍ମାରକୀ ସ୍ବରୂପ ପ୍ରତି ବର୍ଷ ସ୍ନାନଯାତ୍ରାରେ ସ୍ନାନବେଦିରେ ମହାପ୍ରଭୁ ହାତୀବେଶ ତଥା ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ବୋଲି ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri