Posted inଜାତୀୟ

ହାତୀ-ମଣିଷ ଲଢ଼େଇ: ୫ ବର୍ଷରେ ଛତିଶଗଡ଼ରେ ୩୨୫ ଲୋକ ଓ ୭୦ ହାତୀ ମୃତ

ରାୟପୁର,୧୯।୯: ଛତିଶଗଡ଼ରେ ହାତୀ-ମଣିଷ ମଧ୍ୟରେ ଲଢ଼େଇ ଥମିବାର ନାଁ ଧରୁନି। ଜଙ୍ଗଲ ପରିସୀମା କମିବାରୁ ହାତୀ ଖାଦ୍ୟ ତଥା ବାସ ଅଭାବରୁ ଜନବସତିରେ ପଶୁଛି। ଏହାଯୋଗୁ ରାଜ୍ୟରେ ପ୍ରତି ବର୍ଷ ୬୫ ଲୋକଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟୁଛି। ସେହିପରି ମଣିଷଙ୍କ ଆକ୍ରମଣରେ ପ୍ରତି ବର୍ଷ ୧୪ ହାତୀଙ୍କ ଜୀବନ ଯାଉଛି। ଏନେଇ ଗତ ୫ ବର୍ଷର ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ହାତୀ ଆକ୍ରମଣରେ ୩୨୫ ଲୋକଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ମଣିଷଙ୍କ ଯୋଗୁ ୭୦ ହାତୀଙ୍କ ମୃତ୍ୟୁ ଘଟିଛି। ହାତୀ ଏହି ସମୟ ମଧ୍ୟରେ ୭୫ କୋଟି ଟଙ୍କାର ଫସଲ ନଷ୍ଟ କରିଛନ୍ତି। ରାଜ୍ୟରେ ଅଧିକ ଜଙ୍ଗଲ ଥିବାରୁ ଏଠାକୁ ୧୯୮୮ଠାରୁ ହାତୀ ଅନ୍ୟ ପଡ଼ୋଶୀ ରାଜ୍ୟରୁ ଆସିବା ଆରମ୍ଭ କରିଥିଲେ। ହାତୀ ସଂଖ୍ୟା ବୃଦ୍ଧି ଯୋଗୁ ଜଙ୍ଗଲରେ ଖାଦ୍ୟର ଅଭାବ ସୃଷ୍ଟି ହୋଇଥିଲା। ଫଳରେ ଜଙ୍ଗଲୀ ହାତୀ ନିକଟସ୍ଥ ଜନବସତିରେ ପ୍ରବେଶ କରିବା ଆରମ୍ଭ କରିଥିଲେ। ସମ୍ପ୍ରତି ରାଜ୍ୟରେ ୨୫୪ରୁ ଅଧିକ ହାତୀ ରହିଛନ୍ତି। ସେମାନେ ୧୯ଟି ପଲରେ ପୃଥକ୍‌ ପୃଥକ୍‌ ଭାବେ ବିଭିନ୍ନ ଅଞ୍ଚଳରେ ଅଛନ୍ତି। ବିଳାସପୁର ସର୍କଲରେ ୧୨୧ ହାତୀ ଥିବାବେଳେ ସରଗୁଜାରେ ୧୧୦ ହାତୀ ଏବଂ ରାୟପୁର ସର୍କଲରେ ୨୩ ହାତୀ ରହିଥିବା ରାଜ୍ୟ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri