ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୨ା୧୦- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଭାଲୁଘେରା ଜଙ୍ଗଲରୁ ମଙ୍ଗଳବାର ଏକ ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନାହିଁ। ଏହି ହାତୀ ଶାବକର ମୃତ୍ୟୁ ସାଧାରଣ ଅଥବା ପରସ୍ପର ମଧ୍ୟରେ ଲଢେଇ କାରଣରୁ ହୋଇଥାଇ ପାରେ ବୋଲି ବାରିପଦା ଡିଏଫଓ ସୟମ ମଲ୍ଲିକ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ସେ ପ୍ରକାଶ କରିଛନ୍ତି। ରାସଗୋବିନ୍ଦପୁର ରେଞ୍ଜ ମୋରଡା ବ୍ଲକ ଅଞ୍ଚଳକୁ ଗତ ସେପ୍ଟେମ୍ବର ୨୭ ତାରିଖରେ ଝାଡଖଣ୍ଡ ଦଲମା ଜଙ୍ଗଲରୁ ପ୍ରାୟ ୬୦ରୁ ଊର୍ଦ୍ଧ୍ୱ ହାତୀ ପଶ୍ଚିମବଙ୍ଗ ପଟେ ଆସିଥିଲେ। ୫୦ଟି ହାତୀ ବେତନଟୀ ରେଞ୍ଜ ଅଞ୍ଚଳକୁ ଚାଲିଯାଇଥିବା ବେଳେ ୧୦ଟି ହାତୀ ଭାଲୁଘେରା ଜଙ୍ଗଲରେ ରହିଯାଇଥିଲେ। ସୋମବାର ରାତିରେ ଉକ୍ତ ହାତୀ ପଲ ବେତନଟୀ ରେଞ୍ଜ ଅଭିମୁଖେ ଚାଲିଯାଇଥିଲା ବେଳେ ମଙ୍ଗଳବାର ହାତୀ ଶାବକର ମୃତଦେହ ମିଳିଥିଲା। ମୃତ ଶାବକଟିର ବୟସ ୪ରୁ ୫ ବର୍ଷ ମଧ୍ୟରେ ହେବ ବୋଲି ବନ ବିଭାଗ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri