ହାତୀର ଗଳିତ ମୃତଦେହ ଉଦ୍ଧାର

କେନ୍ଦୁଝର/ଯୋଡ଼ା,୫ା୫ (ସ୍ବ.ପ୍ର./ଡି.ଏନ୍‌.ଏ.)-କେନ୍ଦୁଝର ବନ ବିଭାଗ ବାମେବାରୀ ଥାନା ଅନ୍ତର୍ଗତ କେନ୍ଦୁଘାଟି ଜଙ୍ଗଲରୁ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର କରିଛି। ହାତୀର ବୟସ ଠିକ୍‌ ଜଣାପଡି ନ ଥିଲେ ହେଁ ୩୦ ବର୍ଷରୁ ଅଧିକ ହେବ। ମାସେ ପୂର୍ବରୁ ହାତୀଟିର ମୃତ୍ୟୁ ହୋଇଥିବା ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି। ହେଲେ ବନ ବିଭାଗ କିପରି ଜାଣି ପାରିଲା ନାହିଁ ତାହାକୁ ନେଇ ସନ୍ଦେହ ସୃଷ୍ଟି ହେଉଛି।
ମଙ୍ଗଳବାର ସକାଳେ କୌଣସି ସୂତ୍ରରୁ ଖବରପାଇ ଡିଏଫ୍‌ଓ ସନ୍ତୋଷ ଯୋଶୀ ଓ ଏସିଏଫ ଅଜୟ କୁମାର ସାହୁ , ବାମେବାରୀ ବନପାଳ ଜତିନ୍ଦ୍ର କୁମାର ସାହୁ ତଥା ଅନ୍ୟ କର୍ମଚାରୀ ଘଟଣାସ୍ଥଳକୁ ଯାଇଥିଲେ। ସେଠାରେ ହାତୀର ହାଡ଼ ଓ ଚମଡା ଥିବା ଅବଶେଷକୁ ସଂଗ୍ରହ କରି ଡିଏନ୍‌ଏ ଟେଷ୍ଟ ପାଇଁ ଡେରାଡୁନସ୍ଥିତ ଭାରତୀୟ ବନ୍ୟପ୍ରାଣୀ ସଂସ୍ଥାନକୁ ପଠାଯାଇଛି। ରିପୋର୍ଟ ଆସିବା ପରେ ହାତୀର ଲିଙ୍ଗ ଓ ବୟସ ଜଣାପଡିବ ବୋଲି ଏସିଏଫ ସାହୁ କହିଛନ୍ତି। ବ୍ୟବଚ୍ଛେଦ ପରେ ଗଳିତ ମୃତଦେହ ମାଟିରେ ପୋତି ଦିଆଯାଇଛି। ମୃତ୍ୟୁର କାରଣ ଜଣାପଡୁ ନ ଥିଲେ ହେଁ ହାତୀ ମଳରେ ପ୍ଲାଷ୍ଟିକ ଜରି ବାହାରିଥିବା ବ୍ୟବଚ୍ଛେଦ କରିଥିବା ସହକାରୀ ପ୍ରାଣୀ ଚିକିତ୍ସକ ସୁକାନ୍ତ ଶିଅଳ କହିଛନ୍ତି। ହାତୀଟି ଖାଦ୍ୟାଭାବ କିମ୍ବା ପ୍ଲାଷ୍ଟିକ ଖାଇବା କାରଣରୁ ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି। ମୃତ ହାତୀର ଦାନ୍ତ ନ ଥିବାରୁ ଚୋରି ହୋଇଛି କି ଏହା ମାଈ ହାତୀ ତାହା ଜଣାପଡୁ ନାହିଁ। ଡିଏନ୍‌ଏ ରିପୋର୍ଟ ମିଳିବା ପରେ ହାତୀମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri