ହାତୀର ସ୍ବାସ୍ଥ୍ୟବସ୍ଥାରେ ସୁଧାର ନାହିଁ, ଜାରି ରହିଛି ଚିକିତ୍ସା

କେନ୍ଦୁଝର, ୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଉପରସୁମଠ ଗ୍ରାମ ଜଙ୍ଗଲରେ ଗତ ୪ ଦିନ ହେବ ଅସୁସ୍ଥ ହୋଇ ପଡ଼ିରହିଥିବା ମାଈ ହାତୀର ଚିକିତ୍ସା ଜାରିରହିଛି। ତେବେ ତା’ର ସ୍ବାସ୍ଥ୍ୟବସ୍ଥାରେ କୌଣସି ସୁଧାର ଆସି ନ ଥିବା ଜଣାପଡ଼ିଛି। ହାତୀର ବୟସ ପାଖାପାଖି ୨୫ ହେବ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି। ହର୍ପିସ ସଂକ୍ରମଣକୁ ବନବିଭାଗ ଅସ୍ବୀକାର କରୁଥିଲେ ହେଁ ପ୍ରକୃତ କାରଣ ଜଣାପଡି ନାହିଁ। ହାତୀର ରକ୍ତ ନମୂନା ଯାଞ୍ଚ ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ପ୍ରକୃତରେ କେଉଁ ରୋଗ ହୋଇଛି ତାହା ସ୍ପଷ୍ଟ ହୋଇଯିବ ବୋଲି କୁହାଯାଉଛି। ଶିମିଳିପାଳର ଏକ ବିଶେଷଜ୍ଞ ଟିମ୍‌ ସହ ଅନ୍ୟ ଏକ ଡାକ୍ତରୀ ଦଳ ଅସୁସ୍ଥ ହାତୀର ଚିକିତ୍ସା ଜାରି ରଖିଛନ୍ତି।
ହାତୀକୁ କଦଳୀ ମଞ୍ଜା, ଆଖୁ, ବୋଇତାଳୁ, ଗୁଡ଼ ଆଦି ଖାଇବାକୁ ଦିଆଯାଉଥିବା କେନ୍ଦୁଝର ଡିଏଫ୍‌ଓ ଦାୟିତ୍ୱରେ ଥିବା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଅଜିତ୍‌ ଶତପଥୀ କହିଛନ୍ତି। ଏବେ ହାତୀଟି ଖିଆପିଆ କରୁଥିଲେ ହେଁ ଉଠିପାରୁ ନାହିଁ। ହାତୀ ଉଠି ଚଲାବୁଲା ନ କରିବା ଯାଏ ଚିକିତ୍ସା ଜାରିରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri